ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ମାଲବାହୀ ଟ୍ରେନ୍ ଦୁର୍ଘଟଣା; ରାଜ୍ୟ ଓ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା

0

ନୂଆଦିଲ୍ଲୀ: କୋରାଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାରେ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ଏନେଇ ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମୃତ ବ୍ୟକ୍ତିମାନଙ୍କ ପରିବାର ସଦସ୍ୟମାନଙ୍କୁ ୫ ଲକ୍ଷ, ଗୁରୁତର ଆହତମାନଙ୍କୁ ୧ ଲକ୍ଷ ଏବଂ ସାମାନ୍ୟ ଆହତ ବ୍ୟକ୍ତିମାନଙ୍କୁ ୨୫ ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।ତେବେ ରାଜ୍ୟ ସରକାର ମଧ୍ୟ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ।

ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆହତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ । ଏହାସହ ଉଦ୍ଧାରକାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.