ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଆସନ୍ତାକାଲିଠୁ ଦଶମ ସମ୍ମେଟିଭ-୧ ପରୀକ୍ଷା

0

କଟକ; ଆସନ୍ତାକାଲିଠୁ ଆରମ୍ଭ ହେଉଛି ଦଶମ ସମ୍ମେଟିଭ-୧ ପରୀକ୍ଷା । ଦିନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧୨ଟା ଯାଏଁ ଚାଲିବ ପରୀକ୍ଷା । ପ୍ରଥମ ଦିନ ଇଂରାଜୀ, ୨୫ରେ ଗଣିତ ଓ ୨୬ ତାରିଖରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସେହିପରି ୨୭ ତାରିଖରେ ପ୍ରାକ୍ଟିକାଲ, ୨୮ରେ ସାଧାରଣ ବିଜ୍ଞାନ, ୨୯ରେ ସାମାଜିକ ବିଜ୍ଞାନ ଏବଂ ୩୦ ତାରିଖରେ ତୃତୀୟ ଭାଷା ପରୀକ୍ଷା କରାଯିବ । ଏନେଇ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଚଳିତବର୍ଷ ଛାତ୍ର ଛାତ୍ରୀ ନିଜ ସ୍କୁଲରେ ପରୀକ୍ଷା ଦେବେ ନାହିଁ । ନିକଟ ସ୍କଲରେ ହୋଇଥିବା ସେଣ୍ଟରରେ ପରୀକ୍ଷା ଦେବେ । ଚଳିତ ଥର ୫ ଲକ୍ଷ ୪୦ ହଜାରରୁ ଅଧିକ ପିଲାମାନେ ପରୀକ୍ଷା ଦେବେ l ଏଥିପାଇଁ ମୋଟ ୩ ହାଜର୨୯ଟି ସେଣ୍ଟର କରାଯାଇଛି । ୩୧୬ ନୋଡାଲ ସେଣ୍ଟରେ ପ୍ରଶ୍ନପତ୍ର କଡ଼ା ସୁରକ୍ଷାରେ ରହିଛି । ମାଓ ପ୍ରବଣ ଅଞ୍ଚଳ କନ୍ଧମାଳରେ ୭ଟି, ମାଲକାନଗିରିରେ ୧୦ଟି ଓ କୋରାପୁଟରେ ୫ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି ।

ସେପଟେ ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସମସ୍ତ ନୋଡାଲ ସେଣ୍ଟର ମାନଙ୍କୁ ପ୍ରଶ୍ନ ପତ୍ର ପଠାଯାଇଛି ଏବଂ କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା କରାଯାଇଛି । ପରୀକ୍ଷା କେନ୍ଦ୍ରରେ ମୋବାଇଲ ଫୋନ ସମ୍ପୂର୍ଣ୍ଣ ବାରଣ କରାଯାଇଥିବା ବେଳେ ପରୀକ୍ଷା କେନ୍ଦ୍ର ଭିତରକୁ କେବଳ ପେନ୍ ଓ ଆଡମିଟ କାର୍ଡ ନେଇପାରିବେ ଛାତ୍ରଛାତ୍ରୀ।

Leave A Reply

Your email address will not be published.