ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭିଜିଲାନ୍ସ ହାତରେ ୨ ସରକାରୀ କର୍ମଚାରୀ

0

ଭୁବନେଶ୍ବର; ଭିଜିଲାନ୍ସ କବଜାରେ ୨ ସରକାରୀ ବାବୁ । ମଙ୍ଗଳବାର ଲାଞ୍ଚ ନେବା ବେଳେ ଉଭୟ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଗଞ୍ଜାମ ଜିଲ୍ଲା କୋଦଳା ତହସିଲ ଅଫିସର ବରିଷ୍ଠ ରାଜସ୍ୱ ସହାୟକ ସଞ୍ଜୟ କୁମାର ସେଠୀ। ଅନ୍ୟ ଜଣେ ହେଉଛନ୍ତି ଝାରସୁଗୁଡ଼ା ଜିଲ୍ଲା କୃଷି ବିଭାଗର କନିଷ୍ଠ କିରାଣି ଅଜୟ ପାଣ୍ଡେ। ବି. ନୂଆଗାଁର ଦଣ୍ଡପାଣି ସାହୁଙ୍କର ଘରବାରି ପଟ୍ଟା କରାଇ ଦେବା ପାଇଁ ଦଣ୍ଡପାଣିଙ୍କୁ ବରିଷ୍ଠ ରାଜସ୍ୱ ସହାୟକ ସଞ୍ଜୟ କୁମାର ସେଠୀ ୬ ହଜାର ଟଙ୍କା ମାଗିଥିଲେ। ଏନେଇ ଦଣ୍ଡପାଣି ଭିଜିଲାନ୍ସରେ ଅଭିଯୋଗ କରିଥିଲେ।

ଅଭିଯୋଗ ପାଇବା ପରେ ଯୋଜନା ମୁତାବକ ଆଜି ସଞ୍ଜୟ କୋଦଳାର ଏକ ହୋଟେଲରେ ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଭିଜିଲାନ୍ସ କର୍ମଚାରୀମାନେ ଧରିଥିଲେ। ସଞ୍ଜୟ ୬ ହଜାର ଟଙ୍କା ସହ ଅଭିଯୋଗକାରୀଙ୍କ ଠାରୁ ବାଦାମ ଓ ମୁଗ ମଧ୍ୟ ଦେଇଥିଲେ। ସେହିପରି ଖରିଫ ଫସଲ ବୀମା କରାଇ ଦେବାକୁ ଜଣେ ଚାଷୀଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଝାରସୁଗୁଡ଼ା ଜିଲ୍ଲା କୃଷି ବିଭାଗର କନିଷ୍ଠ କିରାଣି ଅଜୟ ପାଣ୍ଡେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।

Leave A Reply

Your email address will not be published.