ପ୍ରମୁଖ ଖବର

ଭାରତୀୟ ଷ୍ଟକବଜାରରେ ଉତ୍ସାହ ଫେରିଲା, ସେନସେକ୍ସ ୬୦୦ ପଏଣ୍ଟ ବୃଦ୍ଧି
ହୀରାକୁଦ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ବୁଡ଼ି ୧୦ରୁ ଅଧିକ ନିଖୋଜ
ଲଖନପୁର ଡଙ୍ଗାବୁଡି ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ଆତ୍ମୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି
ଭୋଟିଂ ସମୟରେ ବସ୍ତରରେ ବିସ୍ଫୋରଣ, ମଣିପୁରରେ ଗୁଳିମାଡ, ସିଆରପିଏଫ୍ ଯବାନ ଆହତ
ଜ୍ୟରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ଘଟିଛି,ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ଵରର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି
ଗାନ୍ଧୀନଗର ଲୋକସଭା ଆସନରୁ ମନୋନୟନ ପତ୍ର ଦାଖଲ କଲେ ଅମିତ ଶାହା
ଗେଷ୍ଟହାଉସରୁ ମିଳିଲା ଶିଳ୍ପପତିଙ୍କ ଶବ, କର୍ପୋରେଟ୍‌ ମିଟିଂ ପାଇଁ ଭୁବନେଶ୍ବର ଆସିଥିଲେ
ମୃତକ ହେଲେ ତପନ ପ୍ରସାଦ ଆଚାର୍ଯ୍ୟ, ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିବା ଜଣାପଡିଛି

ମାଲକାନଗିରିରେ ୨୫ କୋଟି ଟଙ୍କାର ୬ଟି ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି।

ଭିଡିଓ କନ୍ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ମାଲକାନଗିରି ସବୁବେଳେ ମୋ ପାଇଁ ସ୍ବତନ୍ତ୍ର ହୋଇ ରହିଛି । ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ। ମୋର ପୂର୍ଣ୍ଣ ବିଶ୍ବାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜଳ ହେବ। ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ କରିବ।’

ଆଜି ଉଦ୍ଘାଟିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି – ଅନ୍ବେଷା କାର୍ଯ୍ୟକ୍ରମରେ ଶିକ୍ଷାଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ। ଏଥିରେ ୬୦୦ ପୁଅ ଓ ୬୦୦ ଝିଅ ରହିବପାଇଁ ବ୍ୟବସ୍ଥା କରାଯାଇଛି। ମୋଟୁ ଟ୍ରାଇ ଜଙ୍କସନ୍ଠାରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍ ଟର୍ମିନାଲ । ଏହା ଜିଲ୍ଲା ସହିତ ଛତିଶଗଡ ଓ ଅନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି। ଏହାସହିତ ମାଲକାନଗିରି ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳା ଠାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ବଧାର ଗୃହ।

ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ମାଲକାନଗିରିବାସୀ ଆଜି ବିକାଶ ସହ ଯୋଡି ହୋଇ ରହିଛନ୍ତି। ବିକାଶ କାମରେ ଆପଣମାନଙ୍କ ସହଯୋଗ ସବୁବେଳେ ଆମକୁ ଉତ୍ସାହିତ କରି ଆସିଛି । ଜିଲ୍ଲାରେ ଶିକ୍ଷା ଓ ସଚେତନତା ପ୍ରସାର ଘଟିଛି । ଯୋଗାଯୋଗରେ ଉନ୍ନତି ଆସିଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଠାରୁ ଆରମ୍ଭ କରି ବିଭିନ୍ନ କଲ୍ୟାଣ ଯୋଜନାର ସୁଯୋଗ ଆପଣମାନେ ନେଉଥିବା ଖୁସିର କଥା । ମାଲକାନଗିରିର ସଫଳ ଚାଷୀ, ମିଶନଶକ୍ତିର ମା ମାନେ, ଛାତ୍ରଛାତ୍ରୀ, ଯୁବବର୍ଗ – ଏ ସମସ୍ତଙ୍କ ସଫଳତା ଆଜି ଜିଲ୍ଲା ପାଇଁ ନୂଆ ପରିଚୟ ଆଣିଛି ବୋଲି ସେ କହିଥିଲେ ।

ବଣ୍ଡା ଘାଟିର ଝିଅ କରମା ମୁଦୁଲି ଭୁବନେଶ୍ବରର ସବୁଠାରୁ ଭଲ ସରକାରୀ ମହିଳା ୟୁନିଭରସିଟିରେ ପାଠ ପଢୁଥିବାର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ସୁଯୋଗ ଆଣିଥାଏ ଓ ଶିକ୍ଷା ହିଁ ଏ ରୂପାନ୍ତର ଆଣିଛି । ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଅବସରରେ ଚିତ୍ରକୁଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.