ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

() କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଘୋଷଣା ହେଲା ପ୍ୟାକେଜ
() ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ମିଳିବ ୧ ହଜାର ଟଙ୍କା
() ପ୍ରତି ସିଜିନାଲ ଷ୍ଟାଫ୍‌ଙ୍କୁ ପ୍ରଦାନ କରାଯିବ୧୫୦୦ ଟଙ୍କା
() ସମସ୍ତଙ୍କୁ ବିଏସକେୱାଇ ଯୋଜନାରେ କରାଯିବ ସାମିଲ
() ତୋଳାଳି ଓ କର୍ମଚାରୀଙ୍କ ପିଲାମାନଙ୍କୁ ପ୍ରଦାନ କରାଯିବ ବୃତ୍ତି

ଭୁବନେଶ୍ବର; କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ୧ ହଜାର ଟଙ୍କା ଏବଂ ପ୍ରତି ସିଜିନାଲ ଷ୍ଟାଫ୍‌ଙ୍କୁ ୧୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଏଥିସହିତ ସବୁ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ। ଏହାବ୍ୟତୀତ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପିଲାମାନଙ୍କୁ ବୃତ୍ତି ପ୍ରଦାନ କରାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସେହିପରି ଜିଲ୍ଲାସ୍ତରରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯିବ । ସର୍କଲ ଚେକର୍ସ ଓ ବାଇଣ୍ଡିଂ ଚେକର୍ସଙ୍କ ଗ୍ରାଚୁଇଟି ଦେୟ ୭ ଦିନରୁ ବୃଦ୍ଧି କରି ୧୫ ଦିନ କରାଯିବ । ସମସ୍ତ ତୋଳାଳିଙ୍କୁ ତୋଳାଳି ପରିଚୟ ପତ୍ର ପ୍ରଦାନ କରାଯିବ। ରାଜ୍ୟରେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀ ଅଛନ୍ତି । ବହୁ ଜନଜାତି ମା’ ମାନେ ମଧ୍ୟ କେନ୍ଦୁପତ୍ର ତୋଳିବା କାମ କରନ୍ତି । କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର କାମ କରି ଆସୁଛନ୍ତି । କେନ୍ଦୁପତ୍ର ତୋଳାଳିଙ୍କୁ ବୋନସ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ।

ରାଜ୍ୟର ଏହି ନୀତି ଅନ୍ୟ ରାଜ୍ୟ ପାଇଁ ମଡେଲ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର ୧୮% ଜିଏସଟି ରଖିଛନ୍ତି । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀମାନେ ସମସ୍ତେ ଗରିବ ଲୋକ । ତେଣୁ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ୟାକେଜ ଘୋଷଣା କରାଯାଇଛି ।

Leave A Reply

Your email address will not be published.