ପ୍ରମୁଖ ଖବର

ସୁନ୍ଦରଗଡ଼ରେ ପ୍ରଚଣ୍ଡ ରୌଦ୍ରତାପ: ଅଂଶୁଘାତରେ ୨୮ ଆକ୍ରାନ୍ତ, ଡାକ୍ତରଖାନାରେ ଭର୍ତ୍ତି
ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଓଲଟିଲା ବସ୍‌, ୨୧ ଯବାନ ଆହତ
ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା: କଟିଲା ତିନି ପୂର୍ବତନ ମନ୍ତ୍ରୀଙ୍କ ଟିକେଟ
ବାଲେଶ୍ବର ଜିଲ୍ଲା ନୀଳଗିରି ଚିକିତ୍ସାଳୟ ସମ୍ମୁଖରେ କ୍ଷୀର ଗାଡ଼ି ଧକ୍କାରେ କାର୍ଯ୍ୟରତ ହୋମଗାର୍ଡଙ୍କ ମୃତ୍ୟୁ, ମୃତକ ଛୋଟକାନପୁର ଅଞ୍ଚଳ ଲକ୍ଷ୍ମୀଧର ଜେନା ଏବଂ ତାଙ୍କର ବୟସ ୫୫ ବୋଲି ସୂଚନା ମିଳୁଛି
ମହାନଦୀ ଡଙ୍ଗାବୁଡ଼ି ଘଟଣା: ମିଳିଲା ଆଉ ୩ ଜଣଙ୍କ ମୃତଦେହ, ଏବେବି ୪ ନିଖୋଜ

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

() କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଘୋଷଣା ହେଲା ପ୍ୟାକେଜ
() ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ମିଳିବ ୧ ହଜାର ଟଙ୍କା
() ପ୍ରତି ସିଜିନାଲ ଷ୍ଟାଫ୍‌ଙ୍କୁ ପ୍ରଦାନ କରାଯିବ୧୫୦୦ ଟଙ୍କା
() ସମସ୍ତଙ୍କୁ ବିଏସକେୱାଇ ଯୋଜନାରେ କରାଯିବ ସାମିଲ
() ତୋଳାଳି ଓ କର୍ମଚାରୀଙ୍କ ପିଲାମାନଙ୍କୁ ପ୍ରଦାନ କରାଯିବ ବୃତ୍ତି

ଭୁବନେଶ୍ବର; କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳିଙ୍କୁ ୧ ହଜାର ଟଙ୍କା ଏବଂ ପ୍ରତି ସିଜିନାଲ ଷ୍ଟାଫ୍‌ଙ୍କୁ ୧୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଏଥିସହିତ ସବୁ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ। ଏହାବ୍ୟତୀତ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ପିଲାମାନଙ୍କୁ ବୃତ୍ତି ପ୍ରଦାନ କରାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସେହିପରି ଜିଲ୍ଲାସ୍ତରରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯିବ । ସର୍କଲ ଚେକର୍ସ ଓ ବାଇଣ୍ଡିଂ ଚେକର୍ସଙ୍କ ଗ୍ରାଚୁଇଟି ଦେୟ ୭ ଦିନରୁ ବୃଦ୍ଧି କରି ୧୫ ଦିନ କରାଯିବ । ସମସ୍ତ ତୋଳାଳିଙ୍କୁ ତୋଳାଳି ପରିଚୟ ପତ୍ର ପ୍ରଦାନ କରାଯିବ। ରାଜ୍ୟରେ ୮ ଲକ୍ଷ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀ ଅଛନ୍ତି । ବହୁ ଜନଜାତି ମା’ ମାନେ ମଧ୍ୟ କେନ୍ଦୁପତ୍ର ତୋଳିବା କାମ କରନ୍ତି । କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର କାମ କରି ଆସୁଛନ୍ତି । କେନ୍ଦୁପତ୍ର ତୋଳାଳିଙ୍କୁ ବୋନସ ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ।

ରାଜ୍ୟର ଏହି ନୀତି ଅନ୍ୟ ରାଜ୍ୟ ପାଇଁ ମଡେଲ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର ୧୮% ଜିଏସଟି ରଖିଛନ୍ତି । କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀମାନେ ସମସ୍ତେ ଗରିବ ଲୋକ । ତେଣୁ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ୟାକେଜ ଘୋଷଣା କରାଯାଇଛି ।

Leave A Reply

Your email address will not be published.