ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆଜି ଠାରୁ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆସନ୍ତାକାଲି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ। ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ଏହି ଅଧିବେଶନରେ କୋଭିଡ୍ କଟକଣା ଉଠାଇ ଦିଆଯାଇଛି। କୋଭିଡ୍ ପୂର୍ବରୁ ଯେପରି ଗୃହ କାର୍ଯ୍ୟ ଚାଲୁଥିଲା, ଏବେ ସେହିପରି ଚାଲିବ। ଅନ୍ୟପଟେ ଆଜି ସକାଳ ସାଢେ ୧୦ଟାରେ ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ।
ପ୍ରମୁଖ ଖବର
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍ ଭୋଟରଙ୍କୁ SIR ନୋଟିସ୍
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ