ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ବରରେ ଖୋଲିଲା ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର

0
  • ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର, ଭୁବନେଶ୍ୱର ଶାଖା ଉଦ୍‍ଘାଟିତ
  • ଏକ ହଜାରରୁ ଉର୍ଦ୍ଧ୍ଵ କର୍ମଚାରୀ କ୍ଷମତାସମ୍ପର୍ଣ୍ଣ ଏହି ଡେଭେଲପମେଣ୍ଟ ସେଣ୍ଟର ପ୍ରଯୁକ୍ତି ଉତ୍ସ କେନ୍ଦ୍ର ଭାବରେ ସମଗ୍ର ଭାରତବର୍ଷରେ ଓଡ଼ିଶାର ସ୍ଥିତିକୁ ଆହୁରି ମଜବୁତ୍‍ କରିବ

ଭୁବନେଶ୍ୱର : ରାଜ୍ୟରେ ଆଇଟି ଇକୋସିଷ୍ଟମକୁ ଆହୁରି ବିସ୍ତାର କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରର ଫର୍ଚୁନ ଟାୱାରରେ ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର ଶୁଭ ଉଦ୍‍ଘାଟନ କରିଛନ୍ତି । ଏହି ନୂତନ କେନ୍ଦ୍ର ଭାରତର ପ୍ରଯୁକ୍ତି ଉତ୍ସ କେନ୍ଦ୍ର ଭାବରେ ଓଡ଼ିଶାର ସ୍ଥିତିକୁ ଆହୁରି ମଜବୁତ୍‍ କରିବ । ଭାରତ ଏବଂ ଭାରତ ବାହାରେ ଥିବା ଗ୍ରାହକଙ୍କ ସେବାପାଇଁ ଉଦ୍ଦିଷ୍ଟ ଏହି ଇନୋଭେସନ୍ ସେଣ୍ଟରରେ ଏକ ହଜାରରୁ (୧୦୦୦) ଅଧିକ କର୍ମଚାରୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ଏହା ବ୍ୟତୀତ ଆଗାମୀ ବର୍ଷମାନଙ୍କରେ ଓଡ଼ିଶାର ପ୍ରତିଭାବାନ୍‍ ଇଞ୍ଜିନିୟରମାନଙ୍କ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିବ ।

ଏହି କେନ୍ଦ୍ର ଉଦ୍‍ଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, “ବିଗତ କିଛିବର୍ଷ ଧରି ଓଡ଼ିଶା ଆଇଟି କ୍ଷେତ୍ରରେ ଅନେକ ଦୂରଦୃଷ୍ଟିସମ୍ପର୍ଣ୍ଣ ପଦକ୍ଷେପ ନେଉଛି । ସୂଚନା ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଓଡ଼ିଶା ନିବେଶକଙ୍କ ପ୍ରଥମ ପସନ୍ଦ ହେବା ସହିତ ଆଇଟି କ୍ଷେତ୍ରରେ ରାଜ୍ୟ ଅଭିବୃଦ୍ଧିର ହାର ତ୍ୱରାନ୍ୱିତ ହୋଇପାରିଛି । ବର୍ତ୍ତମାନ ଓଡ଼ିଶା ଦ୍ରୁତଗତିରେ ଭାରତର ପ୍ରଯୁକ୍ତି ବିଜ୍ଞାନ ଉତ୍ସ କେନ୍ଦ୍ର ଭାବରେ ପରିଗଣିତ ହୋଇଛି ଏବଂ ଆମ ଯୁବପିଢ଼ିଙ୍କ ପାଇଁ ଅନେକ ନିଯୁକ୍ତି ସୃଷ୍ଟି କରିବାରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛି ।”

ଭୁବନେଶ୍ୱରରେ ଉପଲବ୍ଧ ଆଇଟି ଅନୁକୂଳ ଇକୋସିଷ୍ଟମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନେକ ଆଇଟି କମ୍ପାନୀ ଏଠାରେ ନିବେଶ କରିବା ପାଇଁ ଆଗ୍ରହୀ । ‘‘ଓଡ଼ିଶାର ଅନୁକୂଳ ପରିବେଶ, ସରକାରୀ ସହାୟତା ଏବଂ ବିପୁଳ ମେଧା ନିବେଶକଙ୍କୁ ଅଧିକ ଆକୃଷ୍ଟ କରିଛି । ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟର ଖୋଲିବାଦ୍ୱାରା ଆଇ.ଟି. କ୍ଷେତ୍ରରେ ଆଉ ଏକ ସ୍ଵତନ୍ତ୍ର ଅଧ୍ୟାୟ ଯୋଗ ହୋଇଛି ।’’ ଏହା ରାଜ୍ୟର ସକ୍ରିୟ ଆଇଟି ଇକୋସିଷ୍ଟମର ସୂଚନା ଦେଉଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ସଚିବ, ଶ୍ରୀ ମନୋଜ କୁମାର ମିଶ୍ର କହିଛନ୍ତି, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆମେ ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ଅଭିବୃଦ୍ଧି ସହିତ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ମଧ୍ୟ ଏକ ଅନୁକୂଳ ପରିବେଶ ଯୋଗାଇବାକୁ ପ୍ରତିବଦ୍ଧ । ଓଡ଼ିଶାର ପରିବର୍ତ୍ତନଶୀଳ କାହାଣୀରେ ଭାଗୀଦାର ହେବାକୁ ନିଷ୍ପତ୍ତି ନେଇଥିବାରୁ ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟରକୁ ଶ୍ରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ସଚିବ ଏହା ମଧ୍ୟ କହିଥିଲେ ଯେ ଏହି କେନ୍ଦ୍ର ରାଜ୍ୟରେ ଆଇଟି ଇକୋସିଷ୍ଟମକୁ ଆହୁରି ବୃଦ୍ଧି କରିବ ଏବଂ ଓଡ଼ିଶାର ଯୁବକମାନଙ୍କ ପାଇଁ ଅନେକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ।

ହାପିଏଷ୍ଟ ମାଇଣ୍ଡସ ଗ୍ଲୋବାଲ ଆଇ.ଟି. ଡେଭେଲପମେଣ୍ଟ ସେଣ୍ଟରର ନିରବଚ୍ଛିନ୍ନ ଗ୍ରାହକ ଅଭିଜ୍ଞତା, ବ୍ୟବସାୟ ଦକ୍ଷତା ଏବଂ କାର୍ଯ୍ୟକ୍ଷମ ଅନ୍ତର୍ଦୃଷ୍ଟି ଉଦ୍ୟୋଗଗୁଡ଼ିକୁ ଡିଜିଟାଲ୍ ପରିବର୍ତ୍ତନ ସମାଧାନ ବିତରଣ କରିବା ଲାଗି କ୍ଷମତା ବିସ୍ତାର କରିବା ପାଇଁ ଏହି ନୂତନ ଶାଖାକୁ ସକ୍ଷମ କରିବ । କମ୍ପାନୀ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ, ବ୍ଲକ୍ ଚେନ୍, କ୍ଲାଉଡ୍, ଡିଜିଟାଲ୍ ପ୍ରକ୍ରିୟା ସ୍ୱୟଂକରଣ, ଇଣ୍ଟରନେଟ୍ ଅଫ୍ ଥିଙ୍ଗସ, ରୋବୋଟିକ୍ସ/ଡ୍ରୋନ୍, ସୁରକ୍ଷା ଏବଂ ଭର୍ଚୁଆଲ୍/ଅଗ୍‍ମେଣ୍ଟେଡ୍‍ ରିଆଲିଟି କ୍ଷେତ୍ରରେ ନିଜର ବଳୟକୁ ସମୃଦ୍ଧ କରିବା ପାଇଁ ଲକ୍ଷ୍ୟ ରଖିଛି ।

ହାପିଏଷ୍ଟ ମାଇଣ୍ଡସ ଟେକ୍ଲୋଲୋଜିର ଅଧ୍ୟକ୍ଷ ଶ୍ରୀ ଅଶୋକ ସୋଟ୍ଟା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କୁ ହାପିଏଷ୍ଟ ମାଇଣ୍ଡସର କେନ୍ଦ୍ର ପ୍ରତିଷ୍ଠା କରିବାରେ ସହାୟତା କରିଥିବାରୁ ଧନ୍ୟବାଦ ଜଣାଇବା ସହ ରାଜ୍ୟର ନୂତନ ଆଇଟି ନୀତିକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଏଥିସହ ଖୁବଶୀଘ୍ର ଭୁବନେଶ୍ୱରରେ ଏକ ସ୍ଥାୟୀ ଡେଭେଲପମେଣ୍ଟ ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ସେ ପ୍ରତିଶ୍ରୁତି ଦେଇଛନ୍ତି। ଏହି କ୍ୟାମ୍ପସ ରାଜ୍ୟର ଯୁବଗୋଷ୍ଠୀଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ବେଶ ସହାୟକ ହେବ।

Leave A Reply

Your email address will not be published.