ପ୍ରମୁଖ ଖବର

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ, ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ
ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ହକି ବିଶ୍ବକପ ପାଇଁ ଆଜିଠୁ ଟିକେଟ ବୁକିଂ

0

ଭୁବନେଶ୍ବର; ଜାନୁଆରୀ ୧୩ରୁ ରାଉଲକେଲାରେ ଆରମ୍ଭ ହେବାକୁ ଯାଉଛି ହକି ବିଶ୍ବକପ । ଏହି ଟୁର୍ଣ୍ଣାମେଣ୍ଟ ୨୯ ତାରିଖରେ ଶେଷ ହେବ । ପ୍ରଥମ ଦିନ ସଂଧ୍ୟା ୫ଟାରେ ଇଂଲଣ୍ଡ ଏବଂ ଓ୍ବେଲସ ମଧ୍ୟରେ ଟକ୍କର ହେବ । ସଂଧ୍ୟା ୭ଟାରେ ଇଣ୍ଡିଆ ଓ ସ୍ପେନ ମଧ୍ୟରେ ଟକ୍କର ହେବ । ଏଥିପାଇଁ କ୍ରୀଡାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି।

ଏହାରି ମଧ୍ୟରେ ହକି ବିଶ୍ବକପ ପାଇଁ ଆଜିଠୁ ଅନଲାଇନରେ ଟିକେଟ ପାଇବେ କ୍ରୀଡାପ୍ରେମୀ । ଦିନ ଗୋଟାଏ ପରେ ‘ପେଟିଏମ ଇନସାଇଡ’ www.insider.inର ସାଇଟକୁ ଯାଇ ଟିକେଟ୍ ବୁକିଂ କରିପାରିବେ । ଜଣେ ବ୍ୟକ୍ତି ସର୍ବାଧିକ ଦୁଇଟି ଟିକେଟ୍ କିଣିପାରିବେ । ୧୦୦ରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ରହିଛି ଟିକେଟର ମୂଲ୍ୟ । ସେହିପରି ଇଷ୍ଟଷ୍ଟାଣ୍ଡ ପାଇଁ ୪୦୦ ଟଙ୍କା ଏବଂ ଉତ୍ତର ଓ ଦକ୍ଷିଣ ଷ୍ଟାଣ୍ଡ ପାଇଁ ୨୦୦ ଟଙ୍କା ଲେଖାଏ ଦର ରହିଛି । ଅନ୍ୟମ୍ୟାଚ୍ ପାଇଁ ଟିକେଟ ଓ୍ବେଷ୍ଟ ଷ୍ଟାଣ୍ଡ ୫୦୦, ଇଷ୍ଟ ଷ୍ଟାଣ୍ଡ ୨୦୦ ଏବଂ ନର୍ଥ ଓ ସାଉଥ ଷ୍ଟାଣ୍ଡ ପାଇଁ ୧୦୦ ଟଙ୍କା ମୂଲ୍ୟ ରହିଛି ।

ତେବେ ଗତକାଲି ପ୍ରଥମ ଟିକେଟ କିଣିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହକି ଇଣ୍ଡିଆ ଅଧ୍ୟକ୍ଷ ଦିଲ୍ଲୀପ ତିର୍କି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ଦେଇଛନ୍ତି । ଟିକେଟ ପାଇ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଥିବା ବେଳେ ସାରା ବିଶ୍ବ ହକି ବିଶ୍ବକପ ଦେଖିବା ପାଇଁ ଅପେକ୍ଷା କରି ରହିଛି ।

Leave A Reply

Your email address will not be published.