ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଛାତ୍ରଛାତ୍ରୀଙ୍କ ପାଇଁ ସୋଆ କ୍ୟାମ୍ପସ୍‌ରେ ଇ-ସ୍କୁଟର ବ୍ୟବସ୍ଥା

0

ଭୁବନେଶ୍ୱର: କ୍ୟାମ୍ପସ୍ ଭିତରେ ବୁଲିବା ହେଉ ଅଥବା ସହର ମଧ୍ୟରେ ଯିବା ଆସିବା ପାଇଁ ସୋଆ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏବେ ଇ-ସ୍କୁଟର ଉପଲବ୍ଧ । ପୂର୍ବରୁ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ୧୦୦ ଇ-ସ୍କୁଟର ବ୍ୟବହାର କରାଯାଉଥିବା ବେଳେ ଗୁରୁବାର ଦିନ ସୋଆର କ୍ୟାମ୍ପସ୍ ୨ରେ ୨୦ଟି ଇ-ସ୍କୁଟରକୁ ବ୍ୟବହାର ଆରମ୍ଭ ହୋଇଛି । ଏହି ବ୍ୟବସ୍ଥା ଶୀଘ୍ର ଅନ୍ୟ ସୋଆ କ୍ୟାମ୍ପସ୍‌ରେ ମଧ୍ୟ ଉପଲବ୍ଧ ହେବ ବୋଲି କହିଛନ୍ତି ଡ୍ରାଇଭ ନାମକ ଷ୍ଟାର୍ଟ-ଅପ୍‌ର ସହ ପ୍ରତିଷ୍ଠାତା ତଥା ସିଇଓ ଶ୍ରୀ ଅଙ୍କୁର ବି. ପଟେଲ ।

ଏହି ଅବସରରେ ବିଶ୍ୱବିଦ୍ୟାଳୟରେ ଇ-ସ୍କୁଟର ବ୍ୟବହାର ନିମନ୍ତେ ଏକ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇଥିବାବେଳେ ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସଙ୍କ ଉପସ୍ଥିତିରେ କ୍ୟାମ୍ପସ୍ ୨ରେ ଇ-ସ୍କୁଟରର ପ୍ରଚଳନ ଆରମ୍ଭ କରାଯାଇଛି । ଏହି ଇ- ସ୍କୁଟରଗୁଡ଼ିକ ଛାତ୍ରଛାତ୍ରୀମାନଙ୍କର ଉଚିତ୍ ବ୍ୟବହାରରେ ଆସିବ ଏବଂ କ୍ୟାମ୍ପସ୍‌ଗୁଡ଼ିକ ପ୍ରଦୂଷଣମୁକ୍ତ ହୋଇପାରିବ ବୋଲି ଶ୍ରୀମତି ଦାସ ଏହି ଅବସରରେ କହିଛନ୍ତି । ଆଗାମୀ ଦିନରେ ସୋଆର ସବୁ କ୍ୟାମ୍ପସ୍‌ରେ ଇ-ସ୍କୁଟର ପ୍ରଚଳନ କରାଯିବ ବୋଲି ସେ କହିଛନ୍ତି ।

ସୋଆର ପୂର୍ବତନ ଛାତ୍ର ଶ୍ରୀ ପଟେଲ୍ ଏହି ଷ୍ଟାର୍ଟଅପ ଆରମ୍ଭ କରିଥିବା ବେଳେ କହିଛନ୍ତି ଯେ ଏହି ଇ- ସ୍କୁଟରକୁ ଭଡ଼ାରେ ନେବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ କିଲୋମିଟର ପ୍ରତି ୭୦ ପଇସା ଏବଂ ମିନିଟ୍ ପ୍ରତି ୪୦ ପଇସା ଦେବାକୁ ପଡିବ । କ୍ୟାମ୍ପସ୍‌ର ଡିମାଣ୍ଡ ଅନୁସାରେ ଇ-ସ୍କୁଟରର ସଂଖ୍ୟା ମଧ୍ୟ ବୃଦ୍ଧି କରାଯିବ ବୋଲି ସେ କହିଛନ୍ତି । ଏହି ଅବସରରେ ଛାତ୍ରଛାତ୍ରୀମାନେ କହିଛନ୍ତି ଯେ କ୍ୟାମ୍ପସ୍‌ରେ ବୁଲିବା ଖୁବ୍ ସହଜ ହେବ । ବିଭିନ୍ନ କ୍ୟାମ୍ପସ୍‌ରେ ଏହାର ରି-ଚାର୍ଜିଂ ସୁବିଧା ମଧ୍ୟ ରହିଛି ।

ଏହି ଅବସରରେ ଆଇଟିଇଆର୍‌ର ଡିନ୍ ପ୍ରଫେସର ପ୍ରଦୀପ କୁମାର ସାହୁ, ଆଇବିସିଏସ୍ ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ, ଆଇଡିଏସ୍ ଡିନ୍ ପ୍ରଫେସର ନୀତା ମହାନ୍ତି ଏବଂ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.