ଭୁବନେଶ୍ବର: ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଆଜି ବିଧାନସଭାର ଶୀତକାଳୀନ ଅଧିବେଶନରେ ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଉପସ୍ଥାପିତ ହୋଇଛି। ଏଥିପାଇଁ ମୋଟ୍ ୧୬,୮୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଆସନ୍ତୁ ଜାଣିବା କେଉଁ ବିଭାଗକୁ କେତେ?
- ପ୍ରଶାସନିକ ବ୍ୟୟ କ୍ଷେତ୍ରରେ ମୋଟ ୪୯୩୪ କୋଟି
 - କୃଷକ କଲ୍ୟାଣ, ଖାଦ୍ୟ ନିରାପତ୍ତା ଓ ଜଳସେଚନ ସୁବିଧା ପାଇଁ ୩୦୬.୬୫ କୋଟି
 - ଟଙ୍କିକିଆ ଚାଉଳ ଯୋଗାଣ ପାଇଁ ୧୬୪ କୋଟି
 - ଜନସ୍ୱାସ୍ଥ୍ୟ ସେବା ପାଇଁ ୮୬୭ କୋଟି
 - ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ୍ ପାଇଁ ୫୧ କୋଟି
 - ମହିଳା ସଶକ୍ତିକରଣ ଓ ଶିଶୁ ବିକାଶ ପାଇଁ ୧୭୨ କୋଟି
 - ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ପାଇଁ ୪୩୮ କୋଟି
 - ଶିକ୍ଷା, କ୍ରୀଡା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୦୮୪ କୋଟି ଟଙ୍କା