ପ୍ରମୁଖ ଖବର

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ରୁଜ୍‌ ମିସାଇଲ
ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି
ଆସନ୍ତାକାଲି ଛତିଶଗଡରେ ମତଦାନ, ସୀମା ସିଲ ଓ ହାଇ ଆଲର୍ଟ ଜାରି କଲା ମାଲକାନଗିରି ପୁଲିସ
ଆରପାରିରେ ବିଶିଷ୍ଟ ଅଭିନେତା, ନାଟ୍ୟକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସ
ଦିନ ୨ଟା ୩୦ରେ ଭୁବନେଶ୍ବର ଉତ୍ତପ୍ତ ସହର, ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ
ଲଢ଼ିବେନି ପ୍ରସାଦ ହରିଚନ୍ଦନ, ମନୋଜ ରଥ ସତ୍ୟବାଦୀରୁ କଂଗ୍ରେସ ପ୍ରାର୍ଥୀ
କଂଗ୍ରେସରେ ଯୋଗଦେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ, କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କଲେ

୪୮ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଶୀତ ସହାୟତା

0
  • ଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ମଧୁବାବୁ ପେନ୍ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀ ମାନଙ୍କୁ ମିଳିବ ଏହି ସହାୟତା
  • ଡିସେମ୍ବର ପହିଲା ସୁଦ୍ଧା ୪୮ ଲକ୍ଷରୁ ଅଧିକ ହିତାଧିକାରୀ କମ୍ବଳ ପାଇଁ ୩୦୦ ଟଙ୍କା ଲେଖାଏ ପାଇବେ, ସମୁଦାୟ ୧୪୬ କୋଟି ଖର୍ଚ୍ଚ
  • ଖୋଲା ଆକାଶ ତଳେ ଯେପରି କେହି ନ ରହିବେ, ସେଥିପାଇଁ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିର୍ଦ୍ଦେଶ

ଭୁବନେଶ୍ବର; ଆଜି ରାଜ୍ୟରେ ଶୀତ ଲହରୀ ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସଂପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଶୀତର ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ ବିଶେଷ କରି ବରିଷ୍ଠ ନାଗରିକ ମାନଙ୍କୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଡିସେମ୍ବର ପହିଲା ସୁଦ୍ଧା ସବୁ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏ ଶୀତ ସହାୟତା ଭାବରେ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ମଧୁବାବୁ ପେନ୍ସନ ଯୋଜନା ଓ ଜାତୀୟ ପେନ୍‌ସନ ଯୋଜନା (NSAP) ଅନ୍ତର୍ଗତ ୪୮ ଲକ୍ଷରୁ ଉର୍ଦ୍ଧ୍ବ ହିତାଧିକାରୀ ଉପକୃତ ହେବେ ଏବଂ ଏଥିପାଇଁ ରାଜ୍ୟ ସରକାର ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହାସହିତ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବରେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲ୍ଲାପାଳ ଓ ମ୍ୟୁନିସପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ପ୍ରତି ଦୁଇ ବର୍ଷରେ ଥରେ ରାଜ୍ୟ ସରକାର ପେନ୍ସନ ହିତାଧିକାରୀ ମାନଙ୍କୁ ଗ୍ରୀଷ୍ମ ଓ ଶୀତ ସହାୟତା ଯୋଗାଇ ଦେଇଆସିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୫୫ଟି ଯାତ୍ରୀ ଆଶ୍ରୟସ୍ଥଳୀ ଖୋଲାଯାଇଥିବା ବେଳେ ଆବଶ୍ୟକସ୍ଥଳେ ପଞ୍ଚାୟତ କାର୍ଯ୍ୟାଳୟ ଓ ସ୍କୁଲ ଘର ଗୁଡିକୁ ମଧ୍ୟ ରାତ୍ରି ଆଶ୍ରୟସ୍ଥଳ ଭାବରେ ବ୍ୟବହାର କରିବାପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନଭେମ୍ବର ୩୦ ଓ ଡିସେମ୍ବର ୧, ଏହି ଦୁଇ ଦିନ ମଧ୍ୟରେ ସବୁ ହିତାଧିକାରୀ ଯେପରି ଏ ସହାୟତା ପାଇବେ, ସେଥିପାଇଁ ପଦକ୍ଷେପ ନିଆଯିବ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ତଥା ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.