ପ୍ରମୁଖ ଖବର

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଟେଣ୍ଟ, ୩ ମୃତ
ଇବୋଲାକୁ ନେଇ ସତର୍କ ଭାରତ, ସମସ୍ତ ରାଜ୍ୟ ସହ କେନ୍ଦ୍ରର ସମୀକ୍ଷା ବୈଠକ
ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୩ ଗିରଫ
ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ପାକିସ୍ତାନରେ ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହମଜା ବୁରହାନ ନିହତ
ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା, ଟ୍ରେନରେ ଛାଡିଦେଲା ମୃତଦେହ
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିର ପ୍ରଭାବ: ମହଙ୍ଗା ହେଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି, ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ

୪୮ ଲକ୍ଷରୁ ଅଧିକ ହିତାଧିକାରୀ ପାଇବେ ଶୀତ ସହାୟତା

0
  • ଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ମଧୁବାବୁ ପେନ୍ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀ ମାନଙ୍କୁ ମିଳିବ ଏହି ସହାୟତା
  • ଡିସେମ୍ବର ପହିଲା ସୁଦ୍ଧା ୪୮ ଲକ୍ଷରୁ ଅଧିକ ହିତାଧିକାରୀ କମ୍ବଳ ପାଇଁ ୩୦୦ ଟଙ୍କା ଲେଖାଏ ପାଇବେ, ସମୁଦାୟ ୧୪୬ କୋଟି ଖର୍ଚ୍ଚ
  • ଖୋଲା ଆକାଶ ତଳେ ଯେପରି କେହି ନ ରହିବେ, ସେଥିପାଇଁ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିର୍ଦ୍ଦେଶ

ଭୁବନେଶ୍ବର; ଆଜି ରାଜ୍ୟରେ ଶୀତ ଲହରୀ ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସଂପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଶୀତର ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ ବିଶେଷ କରି ବରିଷ୍ଠ ନାଗରିକ ମାନଙ୍କୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଡିସେମ୍ବର ପହିଲା ସୁଦ୍ଧା ସବୁ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏ ଶୀତ ସହାୟତା ଭାବରେ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ମଧୁବାବୁ ପେନ୍ସନ ଯୋଜନା ଓ ଜାତୀୟ ପେନ୍‌ସନ ଯୋଜନା (NSAP) ଅନ୍ତର୍ଗତ ୪୮ ଲକ୍ଷରୁ ଉର୍ଦ୍ଧ୍ବ ହିତାଧିକାରୀ ଉପକୃତ ହେବେ ଏବଂ ଏଥିପାଇଁ ରାଜ୍ୟ ସରକାର ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହାସହିତ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବରେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲ୍ଲାପାଳ ଓ ମ୍ୟୁନିସପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ପ୍ରତି ଦୁଇ ବର୍ଷରେ ଥରେ ରାଜ୍ୟ ସରକାର ପେନ୍ସନ ହିତାଧିକାରୀ ମାନଙ୍କୁ ଗ୍ରୀଷ୍ମ ଓ ଶୀତ ସହାୟତା ଯୋଗାଇ ଦେଇଆସିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୫୫ଟି ଯାତ୍ରୀ ଆଶ୍ରୟସ୍ଥଳୀ ଖୋଲାଯାଇଥିବା ବେଳେ ଆବଶ୍ୟକସ୍ଥଳେ ପଞ୍ଚାୟତ କାର୍ଯ୍ୟାଳୟ ଓ ସ୍କୁଲ ଘର ଗୁଡିକୁ ମଧ୍ୟ ରାତ୍ରି ଆଶ୍ରୟସ୍ଥଳ ଭାବରେ ବ୍ୟବହାର କରିବାପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନଭେମ୍ବର ୩୦ ଓ ଡିସେମ୍ବର ୧, ଏହି ଦୁଇ ଦିନ ମଧ୍ୟରେ ସବୁ ହିତାଧିକାରୀ ଯେପରି ଏ ସହାୟତା ପାଇବେ, ସେଥିପାଇଁ ପଦକ୍ଷେପ ନିଆଯିବ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ତଥା ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.