ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ବିଲଡିଂରେ ନିଆଁ ଲାଗି ୩ ପିଲାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ

0

ନୂଆଦିଲ୍ଲୀ; ଉତ୍ତର ପ୍ରଦେଶର ଫିରୋଜାବାଦରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ। ଏକ ବିଲଡିଂରେ ନିଆଁ ଲାଗି ୩ ପିଲାଙ୍କ ସମେତ ଗୋଟିଏ ପରିବାରର ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଆଉ ୩ ଜଣ ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯେଉଁ ବିଲଡିଂରେ ଅଗ୍ନିକାଣ୍ଡ ଘଟିଛି, ତା’ର ତଳ ମହଲାରେ ଗୋଟିଏ ଇଲେକ୍ଟ୍ରି ଦୋକାନ ରହିଥିଲା। ପ୍ରଥମେ ଦୋକାନରେ ନିଆଁ ଲାଗିଥିଲା ଓ ପରେ ଏହା ଉପର ମହଲାରେ ରହୁଥିବା ମାଲିକଙ୍କ ଘରକୁ ବ୍ୟାପିଥିଲା। ଫଳରେ ଦୋକାନ ସହ ମାଲିକଙ୍କ ଘର ମଧ୍ୟ ନିଆଁରେ ପୋଡ଼ି ହୋଇ ଧ୍ୱଂସ ହୋଇଯାଇଛି।

ସୂଚନାଯୋଗ୍ୟ; ବିଲଡିଂର ତଳ ମହଲାରେ ଗୋଟିଏ ଇନଭଟର ଦୋକାନ ରହିଥିଲା। ସମ୍ଭବତଃ ଶର୍ଟସର୍କିଟ ଯୋଗୁ ପ୍ରଥମେ ଏଠାରେ ନିଆଁ ଲାଗି ଯାଇଥିଲା। ଏହାପରେ ନିଆଁ ପୂରା ବିଲଡିଂକୁ ବ୍ୟାପିଥିଲା। ଖବର ପାଇ ୧୮ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଥିଲା।ପାଖାପାଖି ୨ରୁ ୩ ଘଣ୍ଟା ପରେ ଅଗ୍ନିଶମ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଥିଲେ। ନିଆଁକୁ ଆୟତ୍ତ କରିବା ପୂର୍ବରୁ ୩ ପିଲାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ଘଟି ସାରିଥିଲା। ଅଗ୍ନିଶମ କର୍ମଚାରୀମାନେ ଅନ୍ୟ ୩ ଜଣଙ୍କୁ ବିଲଡିଂ ମଧ୍ୟରୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାରେ ଶୋକ ପ୍ରକାଶ କରିବା ସହ କ୍ଷତିଗ୍ରସ୍ତ ପରିବାର ଲୋକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏଥିସହ ଆହତଙ୍କୁ ସମସ୍ତ ପ୍ରକାରର ଚିକିତ୍ସା ଯୋଗାଇ ଦେବାକୁ ମଧ୍ୟ ସେ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.