ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଡିସେମ୍ବର ୯ରୁ ମାଟ୍ରିକ୍ ଖାତା ମୂଲ୍ୟାୟନ

0

କଟକ; ଶେଷ ହୋଇଛି ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା । ଡିସେମ୍ବର ୯ ତାରିଖରୁ ମୂଲ୍ୟାୟନ ହେବ ମାଟ୍ରିକ୍ ଖାତା । ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖିବେ ୧୨ ହଜାର ୪୫୦ ଶିକ୍ଷକ। ସକାଳ ୯ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ଖାତା ଦେଖା । ୧୦ ଦିନରେ ଖାତା ଦେଖା ସାରିବା ଲକ୍ଷ୍ୟ ରଖା ଯାଇଥିବା କହିଛନ୍ତି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି।

ସୂଚନା ଅନୁଯାୟୀ,ଚଳିତ ବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି । ସେହିପରି ମଧ୍ୟମାରେ ୨ ହଜାର ୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ର ଥିବା ବେଳେ ଓପନ୍ ସ୍କୁଲ ସାର୍ଟିଫିକେଟ ପାଇଁ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି ।

ତେବେ ଦଶମ ପରୀକ୍ଷାକୁ ସୁରୁଖୁରୁରେ ଶେଷ କରିବା ପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାଡ ଗଠନ ହୋଇଥିଲା। ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ୍ ନେବାକୁ ଅନୁମତି ଦିଆଯାଇ ନ ଥିଲା। ପରୀକ୍ଷାର୍ଥୀ କେବଳ ପେନ ଓ ଆଡମିଟ କାର୍ଡ ବ୍ୟତୀତ ଅନ୍ୟ କିଛି ନେବେନି ବୋଲି କହିଥିଲେ ବୋର୍ଡ ସଭାପତି। ଚଳିତଥର ସମ୍ମେଟିଭ-ଓ୍ୱାନ୍ ଓ ସମ୍ମେଟିଭ-ଟୁ ପରୀକ୍ଷା ସହ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷାରୁ ପରୀକ୍ଷାର୍ଥୀଙ୍କ ମାର୍କର ମୂଲ୍ୟାଙ୍କନ କରାଯିବ।

Leave A Reply

Your email address will not be published.