ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ଡିସେମ୍ବର ୯ରୁ ମାଟ୍ରିକ୍ ଖାତା ମୂଲ୍ୟାୟନ

0

କଟକ; ଶେଷ ହୋଇଛି ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା । ଡିସେମ୍ବର ୯ ତାରିଖରୁ ମୂଲ୍ୟାୟନ ହେବ ମାଟ୍ରିକ୍ ଖାତା । ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖିବେ ୧୨ ହଜାର ୪୫୦ ଶିକ୍ଷକ। ସକାଳ ୯ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ଖାତା ଦେଖା । ୧୦ ଦିନରେ ଖାତା ଦେଖା ସାରିବା ଲକ୍ଷ୍ୟ ରଖା ଯାଇଥିବା କହିଛନ୍ତି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି।

ସୂଚନା ଅନୁଯାୟୀ,ଚଳିତ ବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି । ସେହିପରି ମଧ୍ୟମାରେ ୨ ହଜାର ୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ର ଥିବା ବେଳେ ଓପନ୍ ସ୍କୁଲ ସାର୍ଟିଫିକେଟ ପାଇଁ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି ।

ତେବେ ଦଶମ ପରୀକ୍ଷାକୁ ସୁରୁଖୁରୁରେ ଶେଷ କରିବା ପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାଡ ଗଠନ ହୋଇଥିଲା। ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ୍ ନେବାକୁ ଅନୁମତି ଦିଆଯାଇ ନ ଥିଲା। ପରୀକ୍ଷାର୍ଥୀ କେବଳ ପେନ ଓ ଆଡମିଟ କାର୍ଡ ବ୍ୟତୀତ ଅନ୍ୟ କିଛି ନେବେନି ବୋଲି କହିଥିଲେ ବୋର୍ଡ ସଭାପତି। ଚଳିତଥର ସମ୍ମେଟିଭ-ଓ୍ୱାନ୍ ଓ ସମ୍ମେଟିଭ-ଟୁ ପରୀକ୍ଷା ସହ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷାରୁ ପରୀକ୍ଷାର୍ଥୀଙ୍କ ମାର୍କର ମୂଲ୍ୟାଙ୍କନ କରାଯିବ।

Leave A Reply

Your email address will not be published.