ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ପୁଣି ମାସେ ବଢିଲା ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ ଅବଧି

0

ଭୁବନେଶ୍ବର; ଗାଡ଼ି ଚାଳକଙ୍କୁ ମିଳିଲା ଆଶ୍ୱସ୍ତି । ପୁଣି ଥରେ ମାସେ ଯାଏଁ ବଢିଲା ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ର ଅବଧି । ଅର୍ଥାତ ଡିସେମ୍ବର ୩୧ ଯାଏଁ ସମୟସୀମା ବୃଦ୍ଧି ନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ତେବେ ଯେଉଁ ସବୁ ଗାଡ଼ିର ନମ୍ୱର ପ୍ଲେଟ୍‌ର ଶେଷ ଅଙ୍କ ୧, ୨, ୩, ୪ ରହିଛି, ଉକ୍ତ ଗାଡ଼ିଗୁଡ଼ିକର ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ ଲଗାଇବା ଅବଧିକୁ ପୁଣି ମାସେ ବଢ଼ାଇ ଦେଇଛନ୍ତି ରାଜ୍ୟ ସରକାର । ସେହିପରି ଅନ୍ୟ ନମ୍ବର ବିଶିଷ୍ଟ ଗାଡ଼ିର ଅବଧି ବି ଆପେଆପେ ବଢ଼ିଯିବ ବୋଲି ଜଣାଯାଇଛି । ଏହି ସମୟସୀମା ମଧ୍ୟରେ ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ ପାଇଁ ବୁକିଂ ହୋଇଥିଲା କୌଣସି କାର୍ଯ୍ୟାନୁଷ୍ଠାନ ହେବନି ବୋଲି ବି ଉଲ୍ଲେଖ କରିଛନ୍ତି ରାଜ୍ୟ ସରକାର ।

ସୂଚନା ଅନୁଯାୟୀ କୌଣସି ପ୍ରାକ୍‌ ପ୍ରସ୍ତୁତି ନ କରି ରାଜ୍ୟ ସରକାର ତରବରିଆ ଭାବେ ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌(HSRP) ପାଇଁ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏପରିକି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଏହି ନମ୍ବର ପ୍ଲେଟ ନ ଲଗାଇଲେ ୫ରୁ ୧୦ ହଜାର ପର୍ଯ୍ୟନ୍ତ ତଣ୍ଡ ଗଣିବାକୁ ପଡ଼ିବ ବୋଲି ବି ଚେତାବନି ଦେଇଥିଲେ ରାଜ୍ୟ ସରକାର । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବାରୁ ସେମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ । ସେପ୍ଟେମ୍ବର ୩୦ରେ ଓଡିଶା ହାଇକୋର୍ଟ ଏହି ମାମଲାର ଶୁଣାଣି କରିବା ପରେ ରାଜ୍ୟ ସରକାର ହାଇସିକ୍ୟୁରିଟି ଲଗାଇବା ଅବଧିକୁ ବୃଦ୍ଧି କରିଥିଲେ । ପ୍ରଥମେ ଅକ୍ଟୋବର ୩୦ ପର୍ଯ୍ୟନ୍ତ ପରେ ନଭେମ୍ବର ୩୦ ଓ ଏବେ ଡିସେମ୍ବର ୩୦ ପର୍ଯ୍ୟନ୍ତ ସମୟ ସୀମା ବୃଦ୍ଧି କରାଯାଇଛି ।

Leave A Reply

Your email address will not be published.