ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ଟ୍ରକକୁ ପିଟିଲା କାର ; ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ

0

ଖୋର୍ଦ୍ଧା; ଆନ୍ଧ୍ରରୁ ପୁରୀ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ବଡ଼ପୋଖରିଆ ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଦ୍ରୁତ  ଗତିରେ ଆସୁଥିବା ଏକ କାର୍‌ ପିଟି ଦେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ ଯୁବକ ଓ ୨ ଯୁବତୀ ଅଛନ୍ତି।

ସୂଚନା ଅନୁଯାୟୀ, ଏକ ଟ୍ରକ୍‌ଟି ଖରାପ ହୋଇ ଯାଇଥିବାରୁ NH-୧୬ର ବଡ଼ପୋଖରିଆ ନିକଟରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିଲା। ସକାଳୁ କୁହୁଡ଼ି ଥିବା ବେଳେ ଦ୍ରୁତ ଗତିରେ ଆସୁଥିବା କାର୍‌ଟି ଟ୍ରକ୍‌ ପଛ ପଟେ ପିଟି ହୋଇ ଯାଇଥିଲା।

ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି କାର୍‌ ଭିତରେ ୨ ଯୁବକ ଓ ୨ ଯୁବତୀ ଥିବା ଦେଖିବାକୁ ପାଇଥିଲେ। ଖବର ପାଇ ତୁରନ୍ତ ପୁଲିସ୍‌ ପହଞ୍ଚି କାର୍‌ ଭିତରୁ ୪ ଜଣଙ୍କୁ ବାହାର କରିଥିବା ବେଳେ ସେମାନଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିବା ଜଣାଯାଇଛି। ମୃତଦେହ ଗୁଡ଼ିକୁ ଖୋର୍ଦ୍ଧା ମେଡିକାଲକୁ ପଠାଇ ଦିଆଯାଇଛି। ତେବେ ସେମାନଙ୍କ ପରିଚୟ ଜଣାପଡ଼ିନି ।

Leave A Reply

Your email address will not be published.