ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଇଡି ଜାଲରେ ସାଉଥ୍‌ ସୁପରଷ୍ଟାର ବିଜୟ ଦେବରକୋଣ୍ଡା

0

ମୁମ୍ବାଇ; ଅଡୁଆରେ ଫସିଲେ ସାଉଥ୍‌ ସୁପରଷ୍ଟାର ବିଜୟ ଦେବରକୋଣ୍ଡା । ମନି ଲଣ୍ଡରିଂ କେସ୍‌ରେ ବିଜୟଙ୍କ ନାମ ସାମିଲ ଥିବା କୁହାଯାଉଛି । ଲାଇଗର ଫିଲ୍ମକୁ ନେଇ ଅଭିନେତା ଇଡି ଜାଲରେ ପଡ଼ିଛନ୍ତି । କୁହାଯାଉଛି କି, ଫିଲ୍ମର ନିର୍ମାଣ ଏବଂ ପ୍ରଚାର ପ୍ରସାରରେ କଳା ଧନ ବ୍ୟବହୃତ ହୋଇଛି । ଏ ନେଇ ଇଡି ଏକ ଅଭିଯୋଗ ଉପରେ ତଦନ୍ତ ଆରମ୍ଭ କରି ଦେଇଛି ।

ସୂଚନା ଅନୁଯାୟୀ, ଧର୍ମା ପ୍ରଡକ୍ସନସ୍‌ ବ୍ୟାନରରେ ତିଆରି ହୋଇଥିବା ଫିଲ୍ମ ‘ଲାଇଗର’ ଏକ ବଡ଼ ବଜେଟ୍‌ର ଫିଲ୍ମ ଥିଲା। ରିପୋର୍ଟ ମୁତାବକ, ଫିଲ୍ମ ପାଖାପାଖି ୧୨୦ କୋଟି ବଜେଟ୍‌ରେ ପ୍ରସ୍ତୁତ ହୋଇଥିଲା । କିନ୍ତୁ ବକ୍ସ ଅଫିସ୍‌ରେ ନିଜର ମୂଲ୍ୟ ସୁଦ୍ଧା ସଂଗ୍ରହ କରିବାରେ ସଫଳ ହୋଇପାରି ନ ଥିଲା । ଫିଲ୍ମ ମୋଟ ୬୦.୮୦ କୋଟିର ଆୟ କରିଥିଲା । କିନ୍ତୁ ଫିଲ୍ମର ପ୍ରମୋସନ ଜୋର୍‌ସୋରରେ କରାଯାଇଥିଲା ।

ଖବର ମୁତାବକ, ଇଡିକୁ ଅଭିଯୋଗ ମିଳିଥିଲା କି, ଫିଲ୍ମରେ କଳା ଧନ ସମେତ ବିଦେଶୀ ଫଣ୍ଡିଂର ବ୍ୟବହାର ହୋଇଛି। ଏହାକୁ ନଜରରେ ରଖି ଇଡି ବିଜୟ ଦେବରକୋଣ୍ଡାଙ୍କୁ ସମନ ପଠାଇଛି । ବିଜୟଙ୍କ ପୂର୍ବରୁ ଇଡି ୧୭ ନଭେମ୍ବରରେ ପ୍ରଯୋଜକ ଚାର୍ମି କୌର ଓ ନିର୍ଦ୍ଦେଶକ ପୁରୀ ଜଗନ୍ନାଧଙ୍କୁ ମଧ୍ୟ ପଚରାଉଚରା ପାଇଁ ଅଫିସ୍‌ ଡକାଇଥିଲା।

Leave A Reply

Your email address will not be published.