ପ୍ରମୁଖ ଖବର

ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା
ଆସନ୍ତା ୨୪ରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଜୟପୁର ବିଧାନସଭା ଲାଗି ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତାରା ପ୍ରସାଦ ବାହିନିପତି, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି
ପ୍ରଚାର ବେଳେ ଅସୁସ୍ଥ ହୋଇପଡିଲେ ପୁରୀ ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ
ଆଜି ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ

ଚୂନ ପଥର ଖଣିରେ ମାଟି ଧସିବା ଯୋଗୁଁ ୭ ଜଣଙ୍କ ମୃତ୍ୟୁ

0

ରାୟପୁର: ଶୁକ୍ରବାର ଛତିଶଗଡର ମାଲଗାଓଁରେ ଖଣି ଭୁଶୁଡ଼ି ପ୍ରାୟ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୨ରୁ ଅଧିକ ଗ୍ରାମବାସୀ ଏଥିରେ ଫସିଥିବା ଜଣାପଡ଼ିଛି।  ପୁଲିସ ଏବଂ ଏକ ଏସଡିଆରଏଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ସୂଚନାଯୋଗ୍ୟ; ଆଜି ଛତିଶଗଡରେ ଏକ ବଡ ଧରଣର ଅଘଟଣ ଘଟିଛି । ଜଗଦଲପୁରରୁ ୧୧ କିଲୋମିଟର ଦୂର ମାଲଗାଓଁରେ ଚୂନ ପଥର ଖଣିରେ ମାଟି ଧସିବା ଯୋଗୁଁ ୭ ଜଣଙ୍କ ମୃତ୍ୟୁ ହୋଇଛି । କୁହାଯାଉଛି ଯେ ମାଟି ତଳେ ଆହୁରି ୧୨ରୁ ଅଧିକ ଲୋକ ଫସି ରହିଛନ୍ତି । ଘଟଣା ସ୍ଥଳରେ ଏନଡିଆରଏଫ ଟିମ ପହଞ୍ଚି ରେସକ୍ୟୁ ଅପରେସନ ଆରମ୍ଭ କରି ଦେଇଛି । ଯେଉଁ ୭ ଲୋକଙ୍କୁ ଉଦ୍ଧାର କରାଯାଇଛି ସେମାନଙ୍କୁ ମୃତ ଘୋଷଣା କରାଯାଇଛି । ଅନ୍ୟମାନଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Leave A Reply

Your email address will not be published.