ପ୍ରମୁଖ ଖବର

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ରୁଜ୍‌ ମିସାଇଲ
ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି
ଆସନ୍ତାକାଲି ଛତିଶଗଡରେ ମତଦାନ, ସୀମା ସିଲ ଓ ହାଇ ଆଲର୍ଟ ଜାରି କଲା ମାଲକାନଗିରି ପୁଲିସ
ଆରପାରିରେ ବିଶିଷ୍ଟ ଅଭିନେତା, ନାଟ୍ୟକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସ
ଦିନ ୨ଟା ୩୦ରେ ଭୁବନେଶ୍ବର ଉତ୍ତପ୍ତ ସହର, ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ
ଲଢ଼ିବେନି ପ୍ରସାଦ ହରିଚନ୍ଦନ, ମନୋଜ ରଥ ସତ୍ୟବାଦୀରୁ କଂଗ୍ରେସ ପ୍ରାର୍ଥୀ
କଂଗ୍ରେସରେ ଯୋଗଦେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ, କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କଲେ

ପଦ୍ମପୁରରେ ପୁଣି ଶଙ୍ଖନାଦ,ବାଜି ମାରିନେଲା ବିଜେଡି

0

ଭୁବନେଶ୍ୱର: ସବୁ କଳ୍ପନଜଳ୍ପନାର ଅନ୍ତ ଘଟିଛି। ପଦମପୁର ଉପନିର୍ବାଚନ ବାଜି ଜିତିଛି ବିଜେଡି। ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୪୨,୦୬୫ ଭୋଟରେ ପରାସ୍ତ କରିଛନ୍ତି । ଗଣତି ଆରମ୍ଭରୁ ହିଁ ବର୍ଷା ବିଜେପି ପ୍ରାର୍ଥୀଙ୍କ ଉପରେ ଭାରି ପଡ଼ିଥିଲେ । ପ୍ରତି ରାଉଣ୍ଡରେ ବିଜେଡ଼ି ସଂଖ୍ୟାଧିକ ଭୋଟ୍ ସହିତ ବିଜେପି ଠାରୁ ଆଗରେ ରହିଥିଲା । କୌଣସି ଗୋଟିଏ ରାଉଣ୍ଡରେ ମଧ୍ୟ ବିଜେପି ଭୋଟରେ ବିଜେଡ଼ିକୁ ପଛରେ ପକାଇ ପାରିନଥିଲା । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀଙ୍କ ସ୍ଥିତି ଅତ୍ୟନ୍ତ ଖରାପ ଥିଲା। ଭୋଟର ବିଜେପିକୁ ପ୍ରତ୍ୟାଖାନ କରିଥିବା ବେଳେ କଂଗ୍ରେସର ରାଜନୈତିକ ପ୍ରାସଙ୍ଗିକତାକୁ ଉପନିର୍ବାଚନରେ ପ୍ରଶ୍ନ କରିଛନ୍ତି ।

ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ପଦମପୁର ଭୋଟର ସମର୍ଥନ ଦେଇଛନ୍ତି । ବିଜେପିର ସବୁ ପ୍ରକାରର ନକରାତ୍ମକ ପ୍ରଚାରକୁ ଭୋଟର ପ୍ରତ୍ୟାଖାନ କରି ପ୍ରସଙ୍ଗ ଭିତ୍ତିକ ନିର୍ବାଚନକୁ ସମର୍ଥନ କରିଥିବା ଉପନିର୍ବାଚନ ଫଳାଫଳରୁ ପ୍ରମାଣିତ ହୋଇଛି । ବିଜେପି କେବଳ ପ୍ରଚାରର ହାୱା ସୃଷ୍ଟି କରି ଉପନିର୍ବାଚନୀ ବୈତରଣୀ ପାର ହେବା ଲକ୍ଷ୍ୟରେ ଥିଲା ବୋଲି ରାଜନୈତିକ ବିଶ୍ଲେଷକ କହିଛନ୍ତି । ବର୍ଷାଙ୍କୁ ମୋଟ ୧ ଲକ୍ଷ ୧୯ ହଜାର ୫୧୨ ଭୋଟ ମିଳିଛି । ଅନ୍ୟପକ୍ଷରେ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୭୭ ହଜାର୪୪୭ ଭୋଟ୍ ମିଳିଛି । ସେହିଭଳି କଂଗ୍ରେସର ସତ୍ୟଭୂଷଣ ସାହୁଙ୍କୁ ମିଳିଛି ୩୫୪୮ ଖଣ୍ଡ ଭୋଟ।

ବର୍ଷାଙ୍କ ବିଜୟ ପରେ ପଦମପୁରରେ ଉତ୍ସବର ପରିବେଷ ସୃଷ୍ଟି ହୋଇଛି । ବର୍ଷା ନିଜ ବିଜୟ ପାଇଁ ଭୋଟରଙ୍କୁ ଧନ୍ୟବାଦ ଜଣାଇଥିବା ବେଳେ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.