ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ରାଜଧାନୀରେ ମଶା ମାରିବ ଡ୍ରୋନ୍

0

ଭୁବନେଶ୍ବର; ରାଜଧାନୀରେ ଚାରିଆଡ଼େ ବଢିବାରେ ଲାଗୁଛି ମଶାଙ୍କ ଉପଦ୍ରବ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ମଶାଙ୍କ ଦମନ ପାଇଁ ବିଏମସି ପକ୍ଷରୁ ପ୍ରସ୍ତୁତ ହୋଇଛି ଆକ୍ସନ ପ୍ଲାନ୍ । ରାଜଧାନୀରେ ଏବେ ମଶା ଦମନରେ ବ୍ୟବହାର ହେବ ଡ୍ରୋନ୍ । ମଶା ବଂଶ ବିସ୍ତାର ରୋକିବାକୁ ମାସେ ପର୍ଯ୍ୟନ୍ତ ବ୍ୟାପକ ହେବ ମଶା ତେଲ ପକାଇବା ଓ ମଶା ଧୂଆଁ ଛାଡିବା ଅଭିଯାନ । ଟିଫା ମେସିନ ଓ ଟିମ ସଂଖ୍ୟା ବଢିବ । ଅଧିକ ମଶାବଂଶ ବୃଦ୍ଧି ହେଉଥିବା ଅଂଚଳରେ ଟେକନିକାଲ ଟିମ୍ ସର୍ଭେ କରିବ । ଘାସ ଓ ବୁଦା କାଟିବା ପାଇଁ ଅଧିକ ଟିମ୍ ବଢାଯିବ ବୋଲି ସୂଚନା ମିଳିଛି ।

ମଶା ବଂଶ ବୃଦ୍ଧିର କାରଣ ଜାଣିବାକୁ ଓ ଏହାର ପ୍ରତିକାର ପାଇଁ ବୈଜ୍ଞାନିକଙ୍କ ପରାମର୍ଶ ନିଆଯିବ। ଅନ୍ୟପଟେ ଟିଫା ମେସିନ ଯାଇପାରୁନଥିବା ଇଲାକା ଓ ଜଳଉତ୍ସ ଗୁଡିକରେ କେମିକାଲ ସ୍ପ୍ରେ କରିବାକୁ ଡ୍ରୋନ୍‌ର ବ୍ୟବହାର କରାଯିବ । ଆକାଶ ମାର୍ଗରୁ ରସାୟନିକ ଔଷଧ ସିଞ୍ଚନ କରାଯିବ । ଏନେଇ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି।

Leave A Reply

Your email address will not be published.