ପ୍ରମୁଖ ଖବର

ମହାକୁମ୍ଭ ବୁଲାଇବାକୁ ନେଇ ପତ୍ନୀଙ୍କୁ ହତ୍ୟା କଲେ ସ୍ୱାମୀ
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଗୁଣାବତ୍ତା ପରୀକ୍ଷାରେ ଫେଲ୍ ମାରିଲା ୮୪ଟି ମେଡିସିନ୍
ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ
ଆତିଶୀ ହେବେ ଦିଲ୍ଲୀ ବିଧାନସଭାର ପ୍ରଥମ ମହିଳା ବିରୋଧୀ ଦଳ ନେତା
ଢ଼େଙ୍କାନାଳ: ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

୨୧୪ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0
  • ୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟିତ
  • ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ରେ ଏ ପର୍ଯ୍ୟନ୍ତ ଆଠ ଲକ୍ଷ ଲୋକ ଉପକାର ପାଇଲେଣି.
  • ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ବଜାୟ ରଖିବା ପାଇଁ ଆମେ କାମ କରୁଛୁ – ମୁଖ୍ୟମନ୍ତ୍ରୀ

ଜଗତସିଂହପୁର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜଗତସିଂହପୁର, ରଘୁନାଥପୁର, ତିର୍ତ୍ତୋଲ ଓ ବାଲିକୁଦାରେ ୪ଟି ମିଶନ ଶକ୍ତି ଭବନ ଉଦ୍‌ଘାଟନ କରିଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି । ଏହାବ୍ୟତୀତ ୪୩ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ମଧ୍ୟ ରଖିଛନ୍ତି । ଏହାଦ୍ବାରା ଜିଲ୍ଲାର ୧୨ ଲକ୍ଷ ଲୋକ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଭର୍ଚୁଆଲ ମାଧ୍ୟମରେ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାଧାରଣ ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ବଜାୟ ରଖିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ . ଏଥି ପାଇଁ ଆମେ କାମ କରୁଛୁ ଓ ଏହା ଆଗକୁ ମଧ୍ୟ ଜାରି ରହିବ । ଜଗତସିଂହପୁର ମା ଶାରଳା ଓ ଙ୍କ ପୀଠ ମାତୃ ପୀଠଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାରାଦୀପ ଠାରେ ବିଜୁ ବାବୁ ଓଡିଶାର ଶିଳ୍ପ ବିକାଶ ପାଇଁ ଭିତ୍ତି ରଖିଥିଲେ । ପାରାଦୀପ ଆଜି ଦେଶର ଏକ ସମୃଦ୍ଧ ବନ୍ଦର ଭାବରେ ଅନେକ ସୁଯୋଗ ସୃଷ୍ଟି କରିଛି ଏବଂ ଆମ ଅର୍ଥନୀତିର ଜୀବନରେଖା ହୋଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ଶାରଳାଙ୍କ ପୀଠ ହେଉଛି ମାତୃ ପୀଠ । ଜିଲ୍ଲାର ମିଶନ ଶକ୍ତିର ମା ମାନେ ଆଜି ବିକଶର ସାରଥୀ ହୋଇଛନ୍ତି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବା ସହିତ ଜିଲ୍ଲାସ୍ତରୀୟ ମିଶନ ଶକ୍ତି ଫେଡେରେସନ ପାଇଁ ୧ କୋଟି ଟଙ୍କା ଓ ବ୍ଲକ୍‌ ସ୍ତରୀୟ ମିଶନ ଶକ୍ତି ଫେଡେରେସନ ପାଇଁ ୫୦ ଲକ୍ଷ ଟଙ୍କାର ଏକ ରିଭଲ୍‌ଭିଂ ଫଣ୍ଡର ବ୍ୟବସ୍ଥା ରଖାଯାଇଛି । ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଏହା ଆହୁରି ଆଗକୁ ନେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ସ୍ବାସ୍ଥ୍ୟସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିରେ ଆମର ନୀତି ହେଉଛି ପ୍ରତି ଜୀବନ ମୂଲ୍ୟବାନ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସାରା ଦେଶ ପାଇଁ ଏକ ମଡେଲ ହୋଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଆଜି ପର୍ଯ୍ୟନ୍ତ ଏହି ଯୋଜନାରେ ୮ ଲକ୍ଷ ଲୋକ ଚିକିତ୍ସା ସୁବିଧା ପାଇଛନ୍ତି ଏବଂ ଏଥିପାଇଁ ରାଜ୍ୟ ସରକାର ୧୬୦୦ କୋଟି ରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି । ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜଗତସଂହପୁର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୧୦୨ଟି ସ୍କୁଲର ରୂପାନ୍ତର କରାଯାଇଛି ଏବଂ ଚତୁର୍ଥ ପର୍ଯ୍ୟାୟରେ ଜିଲ୍ଲାର ସମସ୍ତ ସ୍କୁଲକୁ ରୂପାନ୍ତରଣ କରାଯିବ।

ଏହି କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ ଶ୍ରୀ ପ୍ରଶାନ୍ତ କୁମାର ମୁଦୁଲି, ଜଗତସିଂହପୁର ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ପାରାଦୀପ ବିଧାୟକ ଶ୍ରୀ ସମ୍ବତ ରାଉତରାୟ, ତିର୍ତ୍ତୋଲ ବିଧାୟକ ଶ୍ରୀ ବିଜୟ ଶଂକର ଦାସ ପ୍ରମୁଖ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ବିକାଶର ଅଗ୍ରଦୂତ ଭାବେ ବର୍ଣ୍ଣନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଯୋଗୁ ଓଡିଶା ଆଜି ସାରା ଦେଶରେ ଏକ ଅଗ୍ରଣୀ ରାଜ୍ୟ ଭାବେ ସୁନାମ କରିପାରିଛି। ଜଗତସିଂହପୁରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ଯୋଗୁ ସାରା ଜିଲ୍ଲାବାସୀଙ୍କ ପକ୍ଷରୁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ .

ଜଗତ୍ସିଂହପୁର ଜିଲ୍ଲାପାଳ ସ୍ଵାଗତ ଭାଷଣ ଦେଇଥିଲେ.

Leave A Reply

Your email address will not be published.