ଭୁବନେଶ୍ବର; ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୬ ବ୍ୟାଚ୍ ଆଇଏଏସ୍ ଉଷା ପାଢ଼ୀ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ସେ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ । ସେହିପରି ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବରୁ ଅବ୍ୟାହତି ଦିଆଯାଇଛି । ତେବେ ଇପିକଲ୍ ଓ ଇଡକୋ ଅଧ୍ୟକ୍ଷ ଭାବେ ସେ ଅତିରିକ୍ତ ଦାୟିତ୍ୱ ଜାରି ରଖିବେ । ସେହିପରି ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କଠୁ ବାଣିଜ୍ୟ ଓ ପରିବହନ ବିଭାଗ କାଢ଼ି ନିଆଯାଇଛି । ଶ୍ରୀମତୀ ପାଢ଼ୀଙ୍କୁ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି ।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
