ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଭଙ୍ଗାରୁଜା ଘଟଣାରେ ଆଉ ୩ ଆଇନଜୀବୀ ଗିରଫ

0

ସମ୍ବଲପୁର; ହାଇକୋର୍ଟ ବେଞ୍ଚ ସ୍ଥାପନ ପାଇଁ ସମ୍ବଲପୁରରେ ହୋଇଥିବା ଆନ୍ଦୋଳନ ଘଟଣାରେ ବଢୁଛି ଗିରଫଦାରୀ । ଆଉ ୩ ଜଣ ଆଇନଜୀବୀଙ୍କୁ ଗିରଫ କରିଛି ପୁଲିସ୍‌ । ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଆଇନଜୀବୀ ଅଛନ୍ତି । ଗିରଫ ଆଇନଜୀବୀମାନେ ହେଉଛନ୍ତି- ବିଷ୍ଣୁପ୍ରିୟା ଭୋଇ, ସେବତୀ ବନ୍‌ଛୋର ଏବଂ ମିଲନ୍ ମହାରଣା । ଏହି ତିନି ଜଣଙ୍କୁ ମିଶାଇ ଏଯାବତ୍ ଏହି ଘଟଣାରେ ମୋଟ ୨୬ ଜଣ ଆଇନଜୀବୀଙ୍କୁ ଗିରଫ କରାଯାଇଛି।

ସେହିପରି ମୋଟ ଗିରଫଦାରୀ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି। ଆଗକୁ ଏହି ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ଅନ୍ୟପକ୍ଷରେ ଗତକାଲି ୫୪ ଜଣ ଓକିଲଙ୍କୁ ଛାଡ଼ି ସମ୍ବଲପୁର ବାର୍‌ର ଅନ୍ୟ ସବୁ ସଦସ୍ୟଙ୍କ ଉପରୁ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରି ନେଇଥିଲେ ବାର୍ କାଉନ୍‌ସିଲ୍‌ ଅଫ୍ ଇଣ୍ଡିଆ । ସେପଟେ ବାର୍ କାଉନସିଲ୍‌ ଅଫ୍ ଇଣ୍ଡିଆ ପକ୍ଷରୁ ତିନି ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରାଯାଇଛି ମାମଲାର ତଦନ୍ତ ପାଇଁ ।

ଏଥିସହିତ ୨୦୨୩ ଜାନୁଆରୀ ୧୫ ସୁଦ୍ଧା କମିଟି ବିସିଆଇ ନିକଟରେ ରିପୋର୍ଟ ଦାଖଲ କରିବାକୁ ହେବ । ସୂଚନା ଅନୁଯାୟୀ, ଗତ ୧୨ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୯ ଜଣ ଓକିଲଙ୍କ ଲାଇସେନ୍ସ ରଦ୍ଦ କରାଯାଇଥିବା ବେଳେ ୧୩ ତାରିଖରେ ପୁଣି ୧୪ ଜଣଙ୍କର ଲାଇସେନ୍ସ ରଦ୍ଦ କରିଥିଲା ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ। ଏହାପରେ ପୁଣି ୧୧ ଜଣଙ୍କର ଲାଇସେନସ ରଦ୍ଦ କରାଯାଇଥିଲା । ଏପରି ଭାବେ ମୋଟ ୫୪ଜଣଙ୍କର ଲାଇସେନ୍ସ ରଦ୍ଦ ହୋଇଥିବା ବେଳେ ତାହା ବଳବତ୍ତର ରହିଛି ।

Leave A Reply

Your email address will not be published.