ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ

0

ନେପାଳ; ବିଳମ୍ବିତ ରାତିରେ ନେପାଳରେ ଭୂକମ୍ପ ଝଟ୍‌କା । ରିକ୍ଟର ସ୍କେଲରେ ଭୂକମ୍ପ ତୀବ୍ରତା ୪.୫ ଥିବା ରେକର୍ଡ କରାଯାଇଛି । ସୂଚନା ମୁତାବକ, ଗତକାଲି ରାତି ୧୦ଟା ୫୩ ମିନିଟ୍‌ରେ ଭୂମିକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଫଳରେ ଲୋକେ ଭୟଭୀତ ହୋଇଯାଇଥିଲେ। ଏପରିକି କିଛି ଲୋକେ ଭୟରେ ଘରୁ ବାହାରୁ ଚାଲି ଆସିଥିଲେ ।

ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ କାଠମାଣ୍ଡୁର ପଶ୍ଚିମରୁ ୫୦ କିଲୋମିଟର ଦୂରରେ ଥିବା ଧାଣ୍ଡିଗ ଜିଲ୍ଲାରେ ଥିବା ବୈଜ୍ଞାନିକମାନେ କହିଛନ୍ତି। କାଠମାଣ୍ଡୁ ଓ ଏହାର ଆଖପାଖ ଜିଲ୍ଲରେ ହିଁ ଭୂମିକମ୍ପ ଅନୁଭୂତ ହୋଇଛି । ତେବେ ଏଥିରେ କୌଣସି କ୍ଷୟକ୍ଷତି କିମ୍ବା କେହି ମୃତାହତ ହୋଇଥିବାର ସୂଚନା ମିଳିନାହିଁ । ଏହା ପୂର୍ବରୁ ମଧ୍ୟ ନେପାଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା ।

Leave A Reply

Your email address will not be published.