ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କବାଦୀ

0

ଜମ୍ମୁ କଶ୍ମୀର; ଜମ୍ମୁ କଶ୍ମୀରର ସୋପିଆନରେ ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଲସ୍କର-ଏ-ତୋଇବା ଆତଙ୍କବାଦୀ। ତେବେ ଆତଙ୍କବାଦୀଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ସର୍ଚ୍ଚ ଅପରେସନ୍ ଜାରି ରଖିଛି ଭାରତୀୟ ସେନା ।

ଜମ୍ମୁ-କଶ୍ମୀର ପୁଲିସ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କେତେକ ଆତଙ୍କବାଦୀ ମଞ୍ଝ ମାର୍ଗ ଅଞ୍ଚଳରେ ପ୍ରବେଶ କରିଥିବା ସୂଚନା ଆଗରୁ ମିଳିଥିଲା। ଏହାପରେ ସୁରକ୍ଷାକର୍ମୀମାନେ ସେମାନଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଆଜି ଭୋର୍ ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀମାନଙ୍କ ଉପରକୁ ଗୁଳି ମାଡ଼ କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା। ଏହି ଗୁଳି ବିନିମୟରେ ୩ ଲସ୍କର-ଏ-ତୋଏବା ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ତିନି ଆତଙ୍କବାଦୀ ନିହତ ହୋଇଛନ୍ତି।

Leave A Reply

Your email address will not be published.