ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କବାଦୀ

0

ଜମ୍ମୁ କଶ୍ମୀର; ଜମ୍ମୁ କଶ୍ମୀରର ସୋପିଆନରେ ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଲସ୍କର-ଏ-ତୋଇବା ଆତଙ୍କବାଦୀ। ତେବେ ଆତଙ୍କବାଦୀଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ ସର୍ଚ୍ଚ ଅପରେସନ୍ ଜାରି ରଖିଛି ଭାରତୀୟ ସେନା ।

ଜମ୍ମୁ-କଶ୍ମୀର ପୁଲିସ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କେତେକ ଆତଙ୍କବାଦୀ ମଞ୍ଝ ମାର୍ଗ ଅଞ୍ଚଳରେ ପ୍ରବେଶ କରିଥିବା ସୂଚନା ଆଗରୁ ମିଳିଥିଲା। ଏହାପରେ ସୁରକ୍ଷାକର୍ମୀମାନେ ସେମାନଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଆଜି ଭୋର୍ ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀମାନଙ୍କ ଉପରକୁ ଗୁଳି ମାଡ଼ କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳିଚାଳନା କରାଯାଇଥିଲା। ଏହି ଗୁଳି ବିନିମୟରେ ୩ ଲସ୍କର-ଏ-ତୋଏବା ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ତିନି ଆତଙ୍କବାଦୀ ନିହତ ହୋଇଛନ୍ତି।

Leave A Reply

Your email address will not be published.