ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଜେଲରେ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା

0

କଣ୍ଟାବାଞ୍ଝି; ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆଜି କଣ୍ଟାବାଞ୍ଝି ଜେଲ୍ ଭିତରେ ରଶି ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଏହା ଦେଖିବା ପରେ ଜେଲ କର୍ତ୍ତୃପକ୍ଷ ତାଙ୍କୁ ଉଦ୍ଧାର କରି ମେଡିକାଲକୁ ଆଣିଥିଲେ। ହେଲେ ଗୋବିନ୍ଦଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର। ତେବେ ଗୋବିନ୍ଦ କେଉଁ କାରଣରୁ ଆତ୍ମହତ୍ୟା କଲେ ତାହା ଏଯାଏଁ ଅସ୍ପଷ୍ଟ ରହିଛି । ଆଜି ଜେଏମଏଫସି କୋର୍ଟରେ ହାଜର ହୋଇଥାନ୍ତେ ଗୋବିନ୍ଦ । କିନ୍ତୁ ଏହା ପୂର୍ବରୁ ଗୋବିନ୍ଦ ଆତ୍ମହତ୍ୟା କରିଛନ୍ତି ।

ସେପଟେ ଏନେଇ ପୂର୍ବତନ ଜେଲ ଡିଆଇଜି ବଙ୍କିମ ମହାନ୍ତି କହିଛନ୍ତି, ଏହା ଜେଲ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଓ ସୁରକ୍ଷାରେ ଥିବା ତୃଟି ଯୋଗୁଁ ଘଟିଛି। କାରଣ ଜେଲ୍‌ରେ ଥିବା ସମସ୍ତ କଏଦୀଙ୍କ ପାଖେପାଖେ ଜଗିବାକୁ ୨୪ ଘଣ୍ଟା ଗାର୍ଡ ମୁତୟନ ଥାଆନ୍ତି।

ଖବର ଅନୁଯାୟୀ, ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଜେଲରେ ସଜା କାଟୁଥିଲେ ଗୋବିନ୍ଦ । ମହାଲିଙ୍ଗ କଲେଜର ଅଧ୍ୟକ୍ଷା ମମିତା ମେହେରଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରି ପଡିଆରେ ଗାତ କରି ପୋଡିବା ସହ ପୋତି ଦେଇଥିଲେ ଗୋବିନ୍ଦ । ପରେ ଏହାକୁ ନେଇ ଓଡ଼ିଶା ରାଜନୀତି ସରଗରମ ହୋଇଥିଲା । ଏପରିକି ଏଥିରେ ସେତେବେଳେ ମନ୍ତ୍ରୀ ଥିବା ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଆଣି ସରକାରଙ୍କୁ ଘେରିଥିଲେ ବିରୋଧୀ ।

Leave A Reply

Your email address will not be published.