ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

୧୮୦୬ କୋଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

0

ବାଲେଶ୍ୱର ଗସ୍ତରେ ଯାଇ ୧୮୦୬ କୋଟି ଟଙ୍କାର ୧୯୧ଟି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ମିଶନ ଶକ୍ତି ଋଣ ସହାୟତା ପ୍ରଦାନ କରିଛନ୍ତି ନବୀନ । ଏଥିସହିତ ଓଡ଼ିଆ ସାହିତ୍ୟର ମହାରଥୀ ଫକୀର ମୋହନଙ୍କ ମାଟିକୁ ପ୍ରଣାମ କରି ବାଲେଶ୍ବରବାସୀଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଲେଶ୍ବର ଆସି ଖୁବ୍ ଖୁସି ପ୍ରକାଶ କରିଛନ୍ତି ନବୀନ ।


ନବୀନ କହିଛନ୍ତି – ଏଭଳି ପ୍ରକଳ୍ପର ଶୁଭାରମ୍ଭ କରି ମୁଁ ବହୁତ ଖୁସି । ଶିକ୍ଷା, ସ୍ୱାସ୍ଥ୍ୟ ଓ ଭିତ୍ତିଭୂମି କ୍ଷେତ୍ରରେ ବାଲେଶ୍ୱର ସବୁଠି ଆଗରେ । ମା’ ମାନଙ୍କ ସଫଳତା ମୋତେ ବହୁତ ଖୁସି ଦେଇଛି । ୨୨୦ କୋଟି ଟଙ୍କା ସହାୟତା ବଣ୍ଟନ କରି ବହୁତ ଖୁସି । ବିନା ସୁଧରେ ବାଲେଶ୍ୱରର ୬୦ ହଜାର ମା’ ସୁବିଧା ପାଇବେ । ପ୍ରତି ପଞ୍ଚାୟତ ଗୋଟିଏ ଗୋଟିଏ ୟୁନିକ୍ ପ୍ରଡକ୍ଟ କରନ୍ତୁ । ଯାହା ଫଳରେ ପ୍ରତି ପଞ୍ଚାୟତର ସ୍ୱତନ୍ତ୍ର ପରିଚୟ ସୃଷ୍ଟି ହେବ’ । ଏତଦବ୍ୟତୀତ ନୂଆବର୍ଷ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଅନୁଯାୟୀ, ଆଜି ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଦିନ ୧୧ଟା ୧୫ରେ ପୋଲିସ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ। ପରେ ସୋମନାଥପୁରର ନୂଆ ରେଲୱେ ଓଭରବ୍ରିଜ୍ ନିକଟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ରେଳ ଓଭର ବ୍ରିଜରେ ଚାଲି ଚାଲି ଯାଇଥିଲେ ମୁଖ୍ୟମନ୍ତ୍ରୀ

Leave A Reply

Your email address will not be published.