ଆଜି ହେବ ବର୍ଷର ସବୁଠୁ ବଡ଼ ରାତି । ସେହିପରି ସବୁଠୁ ଛୋଟ ଦିନ ଦେଖିବେ ଉତ୍ତର ଗୋଲାର୍ଦ୍ଧର ବାସିନ୍ଦା। ସନ୍ଧ୍ୟାରେ ସୂର୍ଯ୍ୟାସ୍ତ ଠାରୁ ଆସନ୍ତାକାଲି ସୂର୍ଯ୍ୟୋଦୟ ପର୍ଯ୍ୟନ୍ତ ସମୟ ରହିବ ୧୩ ଘଣ୍ଟା ୧୯ ମିନିଟ୍ । ଅର୍ଥାତ୍ ୧୩ ଘଣ୍ଟା ୧୯ ମିନିଟ୍ ରହିବ ରାତିର ଅବଧି । ସେହିପରି ସବୁଠୁ ଛୋଟ ଦିନ ଯୋଗୁଁ ଦିନର ଅବଧି ରହିବ ୧୦ ଘଣ୍ଟା ୪୧ ମିନିଟ୍ । ତେବେ ସ୍ଥଳ ବିଶେଷରେ ଏହା କମ୍ ବେଶୀ ହୋଇପାରେ । ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ ତାରିଖରେ ଦିନ ଛୋଟ ଓ ରାତି ସବୁଠୁ ବଡ଼ ହୁଏ । ତେବେ ଏହି ଦିନକୁ ଶୀତକାଳୀନ ସଲଷ୍ଟାଇସ୍ ମଧ୍ୟ କୁହାଯାଏ । ଏହି ଦିନ ପୃଥିବୀ ଏକ ଆଚ୍ଛାଦିତ ଅକ୍ଷରେ ଘୂର୍ଣ୍ଣନ କରିବ, ସେଥିପାଇଁ ଆଜି ସବୁଠାରୁ କମ୍ ଦିନ ହେବ । ଏନେଇ ପଠାଣି ସାମନ୍ତ ପ୍ଲାନେଟୋରିୟମ ପକ୍ଷରୁ କୁହାଯାଏ ଯେ, ଉତ୍ତର ଗୋଲାର୍ଦ୍ଧରେ ଯେତେବେଳେ ଶୀତଋତୁ ହୋଇଥାଏ ସେତେବେଳେ ଦକ୍ଷିଣ ଗୋଲାର୍ଦ୍ଧରେ ଗ୍ରୀଷ୍ମଋତୁ ହୋଇଥାଏ । ଠିକ୍ ସେହିପରି ଦକ୍ଷିଣ ଗୋଲାର୍ଦ୍ଧରେ ଶୀତଋତୁ ହେଲେ ଉତ୍ତର ଗୋଲାର୍ଦ୍ଧରେ ଗ୍ରୀଷ୍ମଋତୁ ହୋଇଥାଏ ।’ପ୍ରତ୍ୟେକ ବର୍ଷ ଡିସେମ୍ବର ୨୧ କିମ୍ବା ୨୨ ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ସବୁଠୁ ଛୋଟ ଦିନ ହୋଇଥାଏ । ତେବେ ଭୁବନେଶ୍ୱରରେ ଆଜି ଓ କାଲି ଦିନ-ରାତି ମଧ୍ୟରେ ବେଶୀ ଫରକ୍ ରହିବ ନାହିଁ । ଦିନର ଅବଧି ୧୦ ଘଣ୍ଟା ୫୪ ମିନିଟ୍ ରହିବାକୁ ଥିବାବେଳେ ରାତିର ଅବଧି ୧୩ ଘଣ୍ଟା ୫ ମିନିଟ୍ ରହିବ ବୋଲି ପଠାଣି ସାମନ୍ତ ପ୍ଲାନେଟୋରିୟମ ପକ୍ଷରୁ ସୂଚନା ମିଳିଛି ।
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ