ପ୍ରମୁଖ ଖବର

ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ।
ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ମହାପ୍ରଭୁଙ୍କ ଅଧୀନକୁ ଆସିବ ଏମାର ମଠର ରୁପା ଇଟା
କୁହୁଡି ଯୋଗୁ ୩ ମାସ ପାଇଁ ବାତିଲ ହେଲା ୨୪ ଟ୍ରେନ
ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଜଣେ ମୃତ ଓ ୫ଗୁରୁତର

ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

0

ଭୁବନେଶ୍ବର; ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ।ଆସନ୍ତା ୨୮ କିମ୍ବା ୨୯ ତାରିଖରେ ନଡ୍ଡା ପୁଣି ଓଡ଼ିଶା ଗସ୍ତରେ ଆସିବେ। ଏନେଇ ବରିଷ୍ଠ ବିଜେପି ନେତା ତଥା ରାଜ୍ୟ ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଜେ ପି ନଡ୍ଡା ଗତ ସେପ୍ଟେମ୍ବର ମାସ ୨୯ ଓ ୩୦ ଦୁଇଦିନ ଓଡ଼ିଶାରେ ରହି ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ମାର୍ଗଦର୍ଶନ କରିଥିଲେ। ବିଜେପି ମିସନ ୨୦୨୪ କିଭଳି ସଫଳ ହେବ ସେ ନେଇ କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଇଥିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏହି ଗସ୍ତ ସମୟରେ ନଡ୍ଡା ଦଳର ସଂଗଠନର ସୁଦୃଢ଼ କରିବାକୁ ରଣନୀତି ପ୍ରସ୍ତୁତ କରିବା ସହ ଦଳର ବିଭିନ୍ନ ସ୍ତରର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ଏହି ଗସ୍ତ ସମୟରେ ବୁଥସ୍ତରୀୟ ଅଭିଯାନ ପାଇଁ ଖସଡ଼ା ପ୍ରସ୍ତୁତ ହୋଇଥିଲା। ତେବେ ଏହାର କିଛି ଦିନ ପରେ ପୁଣିଥରେ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ।

Leave A Reply

Your email address will not be published.