ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

କରୋନା ସଂକ୍ରମଣକୁ ନେଇ କଡାକଡି ହେଲା କଟକଣା

0

ନୂଅଦେିଲ୍ଲୀ; ବିଦେଶରେ ବଢ଼ୁଛି କରୋନା ସଂକ୍ରମଣ । ନୂଆବର୍ଷ, କ୍ରୀସମାସ ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସ୍ବତନ୍ତ୍ର ଗାଇଡଲାଇନ । ଆତଙ୍କିତ ନହୋଇ ସତର୍କ ରହିବାକୁ ସବୁ ରାଜ୍ୟଗୁଡ଼ିକୁ ପରାମର୍ଶ ଦିଆଯାଇଛି । ଚୀନ , ଜାପାନ, ହଂକଂ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡରୁ ଆସିଲେ ଆରଟିପିସିଆର ରିପୋର୍ଟ ଜରୁରୀ । ପଜିଟିଭ୍ ଆସିଲେ ସଙ୍ଗରୋଧରେ ରହିବା ବାଧ୍ୟତାମୂଳକ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ।

ସତର୍କ ରହି ଭୂତାଣୁକୁ ପ୍ରତିହତ କରିବାକୁ ରାଜ୍ୟଗୁଡ଼ିକୁ ପରାମର୍ଶ ଦିଆଯାଇଛି । ତେବେ କୋଭିଡ ପ୍ରୋଟୋକଲ ଅନୁପାଳନ କରିବାକୁ ପରାମର୍ଶ ଦିଆଯାଇଛି । ଚୀନ, ଜାପାନ, ସାଉଥ କୋରିଆ, ବ୍ରାଜିଲ ଭଳି ରାଷ୍ଟ୍ରରେ ସଂକ୍ରମଣ ବ୍ୟାପୁଥିବା ବେଳେ ଭାରତରେ ସେଭଳି ସ୍ଥିତି ନାହିଁ । ତେଣୁ ଭୟ ନ କରି ଆଲର୍ଟ ରହିବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି । ବିଦେଶରୁ ଆସୁଥିବା ବିମାନ ଯାତ୍ରୀଙ୍କ ରାଣ୍ଡମ ଟେଷ୍ଟିଂ ପାଇଁ ପରାମର୍ଶ ଦିଆଯାଇଛି । ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ମାନିବାକୁ ଦେଶବାସୀଙ୍କୁ ଅପିଲ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ; ଚୀନରେ କରୋନାର ନୂଆ ଭ୍ୟାରିଏଣ୍ଟ ବିଏଫ.୭ ଆତଙ୍କ ଖେଳାଇବା ପରେ ସତର୍କ ହୋଇଛନ୍ତି ଭାରତ ସରକାର । । ଲୋକଙ୍କ ପାଇଁ ନୂଆ ଆଡଭାଇଜରି ଜାରି କରାଯାଇଛି । ମାସ୍କ ପିନ୍ଧିବା, ସାମାଜିକ ଦୂରତା ମାନିବା ସହ କୋଭିଡ ସତର୍କତା ପାଳନ ପାଇଁ କୁହାଯାଇଛି । ଲକ୍ଷଣ ଦେଖାଗଲେ ସଙ୍ଗରୋଧରେ ରହିବା, କରୋନା ପରୀକ୍ଷା କରିବା ପାଇଁ କୁହାଯାଇଛି । ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଓ ସଚିବଙ୍କ ସହ ବୈଠକ ପରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ସମ୍ଭାବ୍ୟ ଜରୁରୀ ସ୍ଥିତିର ମୁକାବିଲା ପାଇଁ ସ୍ୱାସ୍ଥ୍ୟ କ୍ଷେତ୍ର କିଭଳି ରହିଛି, ତାହା ଜାଣିବା ପାଇଁ ଆସନ୍ତା ୨୭ ତାରିଖରେ ଦେଶବ୍ୟାପୀ ହସ୍ପିଟାଲ ଗୁଡିକରେ ମକ୍ ଡ୍ରିଲ ଅନୁଷ୍ଠିତ ହେବ । ଓଡିଶାରେ ମଧ୍ୟ କ୍ୟାପିଟାଲ ହସ୍ପିଟାଲ, ରାଉରକେଲା ହସ୍ପିଟାଲ ସମେତ ରାଜ୍ୟର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗୁଡିକରେ ମକଡ୍ରିଲ କରାଯିବ । ଅକ୍ସିଜେନ୍ ସିଲିଣ୍ଡର, ଔଷଧ, କୋଡିଭ୍ ଶଯ୍ୟା ତଥା ଆଇସିୟୁ ଶଯ୍ୟାର ଉପଲବ୍ଧି ଉପରେ ଫୋକସ୍ ଦିଆଯିବ ।

Leave A Reply

Your email address will not be published.