ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

କୋଭିଡ କଟକଣାରେ ହେବ ଦଶମ ଓ ଦ୍ୱାଦଶ ପରୀକ୍ଷା

0

ଭୁବନେଶ୍ବର; ଦିନକୁ ଦିନ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଛି । ଏହାକୁ ନେଇ ଚାରିଆଡେ ଭୟର ବାତାବରଣ । ଏହାରି ମଧ୍ୟରେ ସ୍କୁଲକୁ ଫେରୁଛି କରୋନା କଟକଣା । ବିଦ୍ୟାଳୟରେ କରୋନା ନିୟମ ପାଳନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ କହିଛନ୍ତି ।

ସେ କହିଛନ୍ତି ଯେ, କେନ୍ଦ୍ର ଓ ରାଜ୍ୟର ମାର୍ଗ ଦର୍ଶିକା ଅନୁଯାୟୀ, ସ୍କୁଲରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଏଥିସହ ଆଗକୁ ହେବାକୁ ଥିବା ସମେଟିଭ-୧ ଓ ଯୁକ୍ତ ୨ ପରୀକ୍ଷା କରୋନା କଟକଣା ଭିତରେ ଆୟୋଜନ କରିବାକୁ ବିଭାଗୀୟ ପ୍ରସ୍ତୁତି ଚାଲିଛି ।

କୋଭିଡ଼ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ପିଲାମାନଙ୍କୁ ମାସ୍କ ଓ ସାମାଜିକ ଦୂରତା ରକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି । ଏଥିସହ ପିଲାମାନେ ସାମାଜିକ ଦୂରତା ଅବଲମ୍ବନ କରନ୍ତୁ । ଆଗାମୀ ଦିନରେ ହେବାକୁ ଥିବା ଦଶମ ଏବଂ +୨ ପରୀକ୍ଷା ମଧ୍ୟ କୋଭିଡ଼ ଗାଇଡ଼ଲାଇନ ଅନୁସାରେ ହେବ ବୋଲି ସେ କହିଛନ୍ତି।

Leave A Reply

Your email address will not be published.