ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

କୋଭିଡ କଟକଣାରେ ହେବ ଦଶମ ଓ ଦ୍ୱାଦଶ ପରୀକ୍ଷା

0

ଭୁବନେଶ୍ବର; ଦିନକୁ ଦିନ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଛି । ଏହାକୁ ନେଇ ଚାରିଆଡେ ଭୟର ବାତାବରଣ । ଏହାରି ମଧ୍ୟରେ ସ୍କୁଲକୁ ଫେରୁଛି କରୋନା କଟକଣା । ବିଦ୍ୟାଳୟରେ କରୋନା ନିୟମ ପାଳନ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ କହିଛନ୍ତି ।

ସେ କହିଛନ୍ତି ଯେ, କେନ୍ଦ୍ର ଓ ରାଜ୍ୟର ମାର୍ଗ ଦର୍ଶିକା ଅନୁଯାୟୀ, ସ୍କୁଲରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଏଥିସହ ଆଗକୁ ହେବାକୁ ଥିବା ସମେଟିଭ-୧ ଓ ଯୁକ୍ତ ୨ ପରୀକ୍ଷା କରୋନା କଟକଣା ଭିତରେ ଆୟୋଜନ କରିବାକୁ ବିଭାଗୀୟ ପ୍ରସ୍ତୁତି ଚାଲିଛି ।

କୋଭିଡ଼ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ପିଲାମାନଙ୍କୁ ମାସ୍କ ଓ ସାମାଜିକ ଦୂରତା ରକ୍ଷା କରିବାକୁ ସେ ପରାମର୍ଶ ଦେଇଛନ୍ତି । ଏଥିସହ ପିଲାମାନେ ସାମାଜିକ ଦୂରତା ଅବଲମ୍ବନ କରନ୍ତୁ । ଆଗାମୀ ଦିନରେ ହେବାକୁ ଥିବା ଦଶମ ଏବଂ +୨ ପରୀକ୍ଷା ମଧ୍ୟ କୋଭିଡ଼ ଗାଇଡ଼ଲାଇନ ଅନୁସାରେ ହେବ ବୋଲି ସେ କହିଛନ୍ତି।

Leave A Reply

Your email address will not be published.