ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର

0

ଜଗତସିଂହପୁର; ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚିତ୍ତରଞ୍ଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ମଙ୍ଗଳବାର ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଅତର୍କିତ ଚଢ଼ଉ କରିଛି । ଭିଜିଲାନ୍ସ ବିଭାଗର ୨ ଜଣ ଡିଏସ୍‌ପିଙ୍କ ନେତୃତ୍ବରେ ଏହି ଚଢ଼ାଉ ହୋଇଛି । ଏଥିରେ ୧୪ ଜଣ ଇନ୍‌ସପେକ୍ଟର, ୬ ଜଣ ଏଏସ୍‌ଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ଅଛନ୍ତି।

ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଡେପୁଟି କଲେକ୍ଟର ଚିତ୍ତରଂଜନଙ୍କ ଭୁବନେଶ୍ବର, ବାଲେଶ୍ବର, ସୋନପୁର ଓ ଜଗତସିଂହପୁର ଠିକଣାରେ ଚଢ଼ଉ ଜାରି ରହିଛି । ଅଫିସ, ପୈତୃକ ଘର ଓ ସଂପର୍କୀୟଙ୍କ ସମେତ ମୋଟ ୯ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢ଼ଉ ଜାର ରଖିଥିବା ‌ବେଳେ ରିପୋର୍ଟ ଲେଖାଯିବା ‌ବେଳକୁ ଡେପୁଟି କଲେକ୍ଟରଙ୍କ ସଂପତ୍ତି ତାଲିକା ପ୍ରସ୍ତୁତ ହୋଇନାହିଁ।

ମିଳିଥିବା ସୂଚନା ଅନୁସାରେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଆଜି ସକାଳୁ ଭିଜିଲାନ୍ସର ୨୨ ଜଣିଆ ଟିମ୍ ଛାନଭିନ୍ ଚଳାଇଛନ୍ତି । ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଚିତ୍ତରଞ୍ଜନଙ୍କ ଚାମ୍ବର, ଭଡ଼ାଘର, ମଞ୍ଚେଶ୍ବର ହର୍ଷପ୍ରିୟା କନଷ୍ଟ୍ରକସନରେ ଥିବା ଫ୍ଲାଟ୍, ରଙ୍ଗମାଟିଆ ହର୍ଷପ୍ରିୟା ଏନକ୍ଲେଭରେ ଥିବା ଫ୍ଲାଟ୍, ଚନ୍ଦକା ଥାନା ନୂଆଗାଁସ୍ଥିତ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ୍, ବାଲେଶ୍ବର ସୁନାହାଟରେ ଦୁଇଟି ଫ୍ଲାଟ୍, ସୋନପୁର ସହରରେ ଏକ ଦୁଇ ମହଲା କୋଠା, ବାଲିଆପାଳ ନଇଘାଟିରେ ପୈତୃକ ଘର ଏକା ସାଙ୍ଗରେ ଚଢଉ ଚାଲିଛି । ବିପୁଳ ପରିମାଣର ସମ୍ପତ୍ତି ଠାବ ହେବ ବୋଲି ଅନୁମାନ କରାଯାଉଛି।

Leave A Reply

Your email address will not be published.