ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ

0

ଅନୁଗୁଳ; ଆଜି ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁଗୁଳରେ ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ମିଶନ ଶକ୍ତି ମହିଳାଙ୍କୁ ଭେଟିବେ ଏବଂ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ କରିବେ ।
ସେହିପରି ବହୁ ପ୍ରତିକ୍ଷିତ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ହେବ । ତେବେ ଆଗକୁ ନୂଆବର୍ଷ ଆସୁଥିବାରୁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ । ନବୀନଙ୍କ ଗସ୍ତ ପାଇଁ ଅନୁଗୋଳ ଷ୍ଟାଡିୟମରେ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସାଙ୍ଗକୁ ତିନି କେନ୍ଦ୍ରମନ୍ତ୍ରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆଜି ୩ କେନ୍ଦ୍ରମନ୍ତ୍ରୀ ଯଥା – କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଅନୁଗୁଳ ଗସ୍ତରେ ଯିବେ । ଏହି ୩ କେନ୍ଦ୍ରମନ୍ତ୍ରୀ ଅନୁଗୋଳ ଷ୍ଟେସନରେ ନୂଆ ରେଳ ଲାଇନର ଲୋକାର୍ପଣ, ନୂତନ ଟ୍ରେନର ଶୁଭାରମ୍ଭ କରିବା ସହ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ୍ ପାଇଁ ଭୂମିପୂଜନ କରିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.