ପ୍ରମୁଖ ଖବର

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ: ଶାର୍ପ ସୁଟର ସହ ୩ ଗିରଫ
ମୁଖ୍ୟମନ୍ତ୍ରୀ ହେବା ପରେ ତ୍ରିଚି ଆସନ ଛାଡିଲେ ବିଜୟ
ମୁମ୍ବଇ-ପୁଣେ ଏକ୍ସପ୍ରେସୱେରେ ସୁପ୍ରିୟା ସୁଲେଙ୍କ କାର୍‌କୁ ଧକ୍କା, ଅଳ୍ପକେ ବର୍ତ୍ତିଲେ ସାଂସଦ
ଜୁଲାଇ ୧ରୁ ଲାଗୁ ହେବ ‘ଭିବି-ଜିରାମ-ଜି’ ଆଇନ
ମୋଦୀଙ୍କ ଦେଶବାସୀଙ୍କୁ ଆହ୍ୱାନ:‘ଗୋଟିଏ ବର୍ଷ ‘ସୁନା କିଣନ୍ତୁ ନାହିଁ,ୱାର୍କ ଫ୍ରମ୍ ହୋମ୍‌ କରନ୍ତୁ -ଇନ୍ଧନ ସଞ୍ଚୟ କରନ୍ତୁ’

ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ

0

ଅନୁଗୁଳ; ଆଜି ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁଗୁଳରେ ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ମିଶନ ଶକ୍ତି ମହିଳାଙ୍କୁ ଭେଟିବେ ଏବଂ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ କରିବେ ।
ସେହିପରି ବହୁ ପ୍ରତିକ୍ଷିତ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ହେବ । ତେବେ ଆଗକୁ ନୂଆବର୍ଷ ଆସୁଥିବାରୁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ । ନବୀନଙ୍କ ଗସ୍ତ ପାଇଁ ଅନୁଗୋଳ ଷ୍ଟାଡିୟମରେ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସାଙ୍ଗକୁ ତିନି କେନ୍ଦ୍ରମନ୍ତ୍ରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆଜି ୩ କେନ୍ଦ୍ରମନ୍ତ୍ରୀ ଯଥା – କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଅନୁଗୁଳ ଗସ୍ତରେ ଯିବେ । ଏହି ୩ କେନ୍ଦ୍ରମନ୍ତ୍ରୀ ଅନୁଗୋଳ ଷ୍ଟେସନରେ ନୂଆ ରେଳ ଲାଇନର ଲୋକାର୍ପଣ, ନୂତନ ଟ୍ରେନର ଶୁଭାରମ୍ଭ କରିବା ସହ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ୍ ପାଇଁ ଭୂମିପୂଜନ କରିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.