ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଜି ନନ୍ଦନକାନନର ୬୩ତମ ପ୍ରତିଷ୍ଠା ଦିବସ

0

ଭୁବନେଶ୍ବର; ଆଜି ୬୩ତମ ପ୍ରତିଷ୍ଠା ଦିବସ ପାଳୁଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଗତ ୬୨ବର୍ଷରେ ପର୍ଯ୍ୟଟକଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ନେଇଛି ନନ୍ଦନକାନନ । ଆଜିଠୁ ନୂଆ ପଶୁପକ୍ଷୀଙ୍କୁ ଦେଖିବାକୁ ସୁଯୋଗ ପାଇବେ ପର୍ଯ୍ୟଟକ । ମହୀଶୂର ଚିଡିଆଖାନାରୁ ଆସିଥିବା ବିରଳ ପ୍ରଜାତିର ଜନ୍ତୁ ମିରକେଟ, କଳା ହଂସଙ୍କୁ ସ୍ବତନ୍ତ୍ର ଖୁଆଡ଼ରେ ଛଡ଼ାଯିବ । ଏହି ଅବସରରେ ଚିଲଡ୍ରେନ ପାର୍କ ଓ ପ୍ରାଣୀ ଚିକିତ୍ସାଳୟର ନୂତନ ଅପରେସନ ଥିଏଟର, ଶିଶୁ ପଶୁପାଳନ କେନ୍ଦ୍ର ଉଦଘାଟନ କରାଯିବ ।

ମୁଖ୍ୟ ଅତିଥି ଭାବେ ଜଙ୍ଗଲ, ପରିବେଶ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗଦେବେ । ତାଙ୍କ ସହିତ ସମ୍ମାନିତ ଅତିଥି ଭାବେ ଜଟଣୀ ବିଧାୟକ ସୁରେଶ ରାଉତରାୟ, ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଜଙ୍ଗଲ ବିଭାଗ ସଚିବ ମୋନା ଶର୍ମା, ମୁଖ୍ୟ ବନ୍ୟ ସଂରକ୍ଷକ ସୁଶୀଲ କୁମାର ପୋପ୍ଲେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.