ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଆଜି ନନ୍ଦନକାନନର ୬୩ତମ ପ୍ରତିଷ୍ଠା ଦିବସ

0

ଭୁବନେଶ୍ବର; ଆଜି ୬୩ତମ ପ୍ରତିଷ୍ଠା ଦିବସ ପାଳୁଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଗତ ୬୨ବର୍ଷରେ ପର୍ଯ୍ୟଟକଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ନେଇଛି ନନ୍ଦନକାନନ । ଆଜିଠୁ ନୂଆ ପଶୁପକ୍ଷୀଙ୍କୁ ଦେଖିବାକୁ ସୁଯୋଗ ପାଇବେ ପର୍ଯ୍ୟଟକ । ମହୀଶୂର ଚିଡିଆଖାନାରୁ ଆସିଥିବା ବିରଳ ପ୍ରଜାତିର ଜନ୍ତୁ ମିରକେଟ, କଳା ହଂସଙ୍କୁ ସ୍ବତନ୍ତ୍ର ଖୁଆଡ଼ରେ ଛଡ଼ାଯିବ । ଏହି ଅବସରରେ ଚିଲଡ୍ରେନ ପାର୍କ ଓ ପ୍ରାଣୀ ଚିକିତ୍ସାଳୟର ନୂତନ ଅପରେସନ ଥିଏଟର, ଶିଶୁ ପଶୁପାଳନ କେନ୍ଦ୍ର ଉଦଘାଟନ କରାଯିବ ।

ମୁଖ୍ୟ ଅତିଥି ଭାବେ ଜଙ୍ଗଲ, ପରିବେଶ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗଦେବେ । ତାଙ୍କ ସହିତ ସମ୍ମାନିତ ଅତିଥି ଭାବେ ଜଟଣୀ ବିଧାୟକ ସୁରେଶ ରାଉତରାୟ, ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଜଙ୍ଗଲ ବିଭାଗ ସଚିବ ମୋନା ଶର୍ମା, ମୁଖ୍ୟ ବନ୍ୟ ସଂରକ୍ଷକ ସୁଶୀଲ କୁମାର ପୋପ୍ଲେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.