ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

0

ଭୁବନେଶ୍ବର; ସରକାରୀ କର୍ମଚାରୀଙ୍କ ଲାଗି ଆସିଲା ଖୁସି ଖବର । ରାଜ୍ୟ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଲେ ସରକାର । ସେମାନଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି ।

୨୦୨୨ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ମହଙ୍ଗା ଭତ୍ତା। ଏହି ୪ ପ୍ରତିଶତକୁ ମିଶାଇଲେ ବର୍ତ୍ତମାନ ମହଙ୍ଗା ଭତ୍ତା ୩୮ ପ୍ରତିଶତ ପରିମାଣ ହୋଇଛି । ମହଙ୍ଗା ଭତ୍ତା ବଢ଼ିବା ଯୋଗୁ ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ। ପୂର୍ବରୁ ରାଜ୍ୟ ସରକାର ଦଶହରା ଉତ୍ସବରେ ମଧ୍ୟ ସରକାରୀ କର୍ମଚାରୀଙ୍କୁ ଖୁସି କରିଥିଲେ। ଦଶହରା ଉପହାର ଭାବେ ସେତେବେଳେ ୩ ପ୍ରତିଶତ ମହଙ୍ଗା ଭତା ବୃଦ୍ଧି କରିଥିଲେ। ଯାହା ୩୧ ପ୍ରତିଶତରୁ ଏହା ୩୪ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା ।

Leave A Reply

Your email address will not be published.