ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ଉନ୍ମୋଚିତ ହେଲା କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ

0
  • ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ
  • କିଶୋର ବାବୁଙ୍କ ସରଳତା ଥିଲା ତାଙ୍କ ବଡ ପରିଚୟ – ମୁଖ୍ୟମନ୍ତ୍ରୀ

ବ୍ରଜରାଜନଗର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କିଶୋର ବାବୁଙ୍କ ସରଳତା ତାଙ୍କର ବଡ ପରିଚୟ ଥିଲା। ଦଳମତ ନିର୍ବିଶେଷରେ ସେ ସମସ୍ତଙ୍କର ପ୍ରିୟପାତ୍ର ହୋଇପାରିଥିଲେ। ତୃଣମୂଳ ସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ସାଂସଦ, ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଏବଂ ରାଜ୍ୟ ବିଧାନ ସଭାର ବାଚସ୍ପତି ମଧ୍ୟ ହୋଇଥିଲେ। ବିଜୁ ଜନତା ଦଳର ସେ ଜଣେ ଦକ୍ଷ ସଂଗଠକ ଓ ନେତା ଥିଲେ। ଦଳକୁ ମଜବୁତ କରିବାରେ ତାଙ୍କର ବହୁତ ଅବଦାନ ଥିଲା।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ ଦାସ ଯୋଗ ଦେଇ କହିଲେ ଯେ ସ୍ବର୍ଗତ କିଶୋର ବାବୁଙ୍କ ସହିତ ତାଙ୍କର ଘନିଷ୍ଠ ସଂପର୍କ ଥିଲା। ସେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ସେ ଅନେକ ଉନ୍ନୟନମୂଳକ କାମ କରିଯାଇଛନ୍ତି। ବିଧାୟକ ତଥା ସ୍ବର୍ଗତ ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରି କହିଲେ ଯେ ସ୍ବର୍ଗତ କିଶୋର ମହାନ୍ତି ବ୍ରଜରାଜନଗର ତଥା ସମଗ୍ର ପଶ୍ଚିମ ଓଡିଶାର ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ଅମର ହୋଇ ରହିବେ। ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।

Leave A Reply

Your email address will not be published.