ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ଶୁଭାରମ୍ଭ ହେଲା ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ

0

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଶୁଭାରମ୍ଭ ହୋଇଛି ସ୍ନାତକୋତ୍ତର, ମେଡିକାଲ ଶିକ୍ଷା ଓ ଗବେଷଣା ଅନୁଷ୍ଠାନ । ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁଭାରମ୍ଭ କରିବା ସହିତ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ପାଠପଢା ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ନବୀନ ପ୍ରତିଶ୍ରୁତି ଦେଇଛନ୍ତି ।

ସୂଚନାଯୋଗ୍ୟ; ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହୋଇଛି ପ୍ରଥମ ବ୍ୟାଚ ପିଜି ପାଠ୍ୟକ୍ରମ । ମୋଟ ୧୫ ଟି ବିଭାଗରେ ପାଠ୍ୟକ୍ରମ ଖୋଲିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୬ଟି ବିଭାଗକୁ ମିଳିଛି ଅନୁମତି । ୬ଟି ବିଭାଗରେ ୨୪ଟି ସିଟ ପାଇଁ ପିଜି ଓ ୬ଟି ସ୍ପେଶାଲ ଏମ୍ ଏସ୍ ପାଠ୍ୟକ୍ରମ ଅନୁମତି ମିଳିଛି ।

ମେଡିସିନ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ସର୍ଜରୀ ବିଭାଗକୁ ୫ଟି ଲେଖାଏ ସିଟ ସହିତ, ଅସ୍ଥିଶଲ୍ୟ ବିଭାଗରେ ୨, ଶିଶୁରୋଗ ବିଭାଗରେ ୪, ଶ୍ବାସରୋଗ ବିଭାଗରେ ୩ଟି ସିଟରେ ପିଜି ପାଠ୍ୟକ୍ରମ ଖୋଲିଛି । ଆଉ ୯ଟି ବିଭାଗ ପର୍ଯ୍ୟାୟକ୍ରମେ ଖୋଲିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ସ୍ବତନ୍ତ୍ର ନିର୍ଦ୍ଦେଶକ, ପ୍ରଫେସର ଓ କମର୍ଚାରୀଙ୍କ ସହ ପାଖାପାଖି ୭୦ ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ଏଠାରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବାକୁ ଦୀର୍ଘଦିନରୁ ଦାବି ହୋଇଆସୁଥିଲା ।

Leave A Reply

Your email address will not be published.