ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

କିମ୍ବଦନ୍ତୀ ଫୁଟବଲ ଖେଳାଳି ପେଲେଙ୍କ ପରଲୋକ

0

ନ୍ୟୁଜ୍ ବ୍ୟୁରୋ; ଆରପାରିରେ ଫୁଟବଲ ତାରକା ପେଲେ । ୮୨ ବର୍ଷ ବୟସରେ ଆରପାରିକୁ ଚାଲିଯାଇଛନ୍ତି ପେଲେ । ବିଶ୍ବର ଏହି କିମ୍ବଦନ୍ତୀ ଫୁଟବଲ ଖେଳାଳି ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଗତ ନଭେମ୍ବର ୨୯ ତାରିଖରେ ପେଲେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଗୁରୁବାର ଦିନ ତାଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ; ପେଲେ ନାମରେ ପରିଚିତ ଏଡସନ୍ ଅରାଣ୍ଟେସ୍ ଡୁ ନାସ୍କିମେଣ୍ଟୋ ହେଉଛନ୍ତି ବିଶ୍ବର ଏକମାତ୍ର ଖେଳାଳି ଯିଏକି ତିନି ଥର ଫିଫା ବିଶ୍ବକପ୍ ଜିତିବାର ଗୌରବ ହାସଲ କରିଛନ୍ତି। ଗତ ଫିଫା ବିଶ୍ବକପ୍ ବେଳେ ସେ ଶଯ୍ୟାଶାଯୀ ଥାଇ ବ୍ରାଜିଲ ଟିମ୍କୁ ଉତ୍ସାହିତ କରିଥିଲେ। ମାତ୍ର ୧୬ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରୀଡ଼ା ଜୀବନ ଆରମ୍ଭ କରିଥିଲେ ପେଲେ ।

ସେ ୯୨ ମ୍ୟାଚରେ ୭୭ ଗୋଲ୍ ଦେଇ ସର୍ବକାଳୀନ ଗୋଲ୍ ସ୍କୋରର୍ ହେବାର ଗୌରବ ଅର୍ଜନ କରିଥିଲେ। ୧୯୫୮, ୧୯୬୨ ଓ ୧୯୭୦ରେ ବ୍ରାଜିଲର ବିଜୟ ମୂଳରେ ସେ ଗ୍ରହଣ କରିଥିଲେ ପ୍ରମୁଖ ଭୂମିକା । ୧୯୫୮ ବିଶ୍ବକପ୍ରେ ସ୍ବିଡେନ୍ ବିପକ୍ଷ ଫାଇନାଲ୍ରେ ଦୁଇଟି ଗୋଲ୍ ଦେବା ସହ ମୋଟ ୬ ଗୋଲ୍ ସ୍କୋର କରିଥିଲେ। ୧୯୬୨ ବିଶ୍ବକପରେ ସେ ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ। ୧୯୭୦ ବିଶ୍ବକପ୍ ଫାଇନାଲ୍ରେ ତାଙ୍କ ପ୍ରାରମ୍ଭିକ ଗୋଲରେ ବ୍ରାଜିଲ ୪-୧ରେ ଇଟାଲିକୁ ମାତ୍ ଦେଇଥିଲା। ପେଲେ ୧୯୪୦ ଅକ୍ବୋବର ୨୩ରେ ବ୍ରାଜିଲର ଟ୍ରେସ ଦୋ କୋରକୋସରେ ଜନ୍ମ ଗ୍ରହଣ କରିଥିଲେ ।ି

Leave A Reply

Your email address will not be published.