ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କିମ୍ବଦନ୍ତୀ ଫୁଟବଲ ଖେଳାଳି ପେଲେଙ୍କ ପରଲୋକ

0

ନ୍ୟୁଜ୍ ବ୍ୟୁରୋ; ଆରପାରିରେ ଫୁଟବଲ ତାରକା ପେଲେ । ୮୨ ବର୍ଷ ବୟସରେ ଆରପାରିକୁ ଚାଲିଯାଇଛନ୍ତି ପେଲେ । ବିଶ୍ବର ଏହି କିମ୍ବଦନ୍ତୀ ଫୁଟବଲ ଖେଳାଳି ଦୀର୍ଘ ଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଗତ ନଭେମ୍ବର ୨୯ ତାରିଖରେ ପେଲେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଗୁରୁବାର ଦିନ ତାଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ; ପେଲେ ନାମରେ ପରିଚିତ ଏଡସନ୍ ଅରାଣ୍ଟେସ୍ ଡୁ ନାସ୍କିମେଣ୍ଟୋ ହେଉଛନ୍ତି ବିଶ୍ବର ଏକମାତ୍ର ଖେଳାଳି ଯିଏକି ତିନି ଥର ଫିଫା ବିଶ୍ବକପ୍ ଜିତିବାର ଗୌରବ ହାସଲ କରିଛନ୍ତି। ଗତ ଫିଫା ବିଶ୍ବକପ୍ ବେଳେ ସେ ଶଯ୍ୟାଶାଯୀ ଥାଇ ବ୍ରାଜିଲ ଟିମ୍କୁ ଉତ୍ସାହିତ କରିଥିଲେ। ମାତ୍ର ୧୬ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରୀଡ଼ା ଜୀବନ ଆରମ୍ଭ କରିଥିଲେ ପେଲେ ।

ସେ ୯୨ ମ୍ୟାଚରେ ୭୭ ଗୋଲ୍ ଦେଇ ସର୍ବକାଳୀନ ଗୋଲ୍ ସ୍କୋରର୍ ହେବାର ଗୌରବ ଅର୍ଜନ କରିଥିଲେ। ୧୯୫୮, ୧୯୬୨ ଓ ୧୯୭୦ରେ ବ୍ରାଜିଲର ବିଜୟ ମୂଳରେ ସେ ଗ୍ରହଣ କରିଥିଲେ ପ୍ରମୁଖ ଭୂମିକା । ୧୯୫୮ ବିଶ୍ବକପ୍ରେ ସ୍ବିଡେନ୍ ବିପକ୍ଷ ଫାଇନାଲ୍ରେ ଦୁଇଟି ଗୋଲ୍ ଦେବା ସହ ମୋଟ ୬ ଗୋଲ୍ ସ୍କୋର କରିଥିଲେ। ୧୯୬୨ ବିଶ୍ବକପରେ ସେ ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ। ୧୯୭୦ ବିଶ୍ବକପ୍ ଫାଇନାଲ୍ରେ ତାଙ୍କ ପ୍ରାରମ୍ଭିକ ଗୋଲରେ ବ୍ରାଜିଲ ୪-୧ରେ ଇଟାଲିକୁ ମାତ୍ ଦେଇଥିଲା। ପେଲେ ୧୯୪୦ ଅକ୍ବୋବର ୨୩ରେ ବ୍ରାଜିଲର ଟ୍ରେସ ଦୋ କୋରକୋସରେ ଜନ୍ମ ଗ୍ରହଣ କରିଥିଲେ ।ି

Leave A Reply

Your email address will not be published.