ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବନ୍ଦ ରହିବ ଭିତରକନିକା

0

କେନ୍ଦ୍ରାପଡା; ବନ୍ଦ ରହିବ ଭିତରକନିକା । ଜାନୁଆରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡିକରେ କୁମ୍ଭୀର ଗଣନା ଆରମ୍ଭ ହେବ । ଏଥିନିମନ୍ତେ ପର୍ଯ୍ୟଟକଙ୍କ ନିମନ୍ତେ ୧୧ ଦିନ ପାଇଁ ଭିତରକନିକା ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ

ଡା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀ ମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ । ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବା ନେଇ ରାଜନଗର ବନଖଣ୍ଡ ଅଧିକାରୀ  ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଜାନୁଆରୀ ୨୦୨୨ ବା ଗତବର୍ଷ ଗଣନା ଅନୁସାରେ ଭିତରକନିକା ରେ ୧୭୮୪ଟି ବଉଳା  କୁମ୍ଭୀର ଅଛନ୍ତି । ଚଳିତ ବର୍ଷ ଏହି ସଂଖ୍ୟା ବଢ଼ୁଛି ନା କମୁଛି ତାହା ଗଣନା ପରେ ହିଁ ସ୍ପଷ୍ଟ ହେବ ।

Leave A Reply

Your email address will not be published.