ପ୍ରମୁଖ ଖବର

ଏସ୍‌ଆଇ ପରୀକ୍ଷା ଘୋଟାଲା: ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ
ଆଇପିଏସ୍‍ ଅଧିକାରୀ ଆତ୍ମହତ୍ୟା ମାମଲା, ଘରୁ ମିଳିଲା ୮ ପୃଷ୍ଠାର ସୁଇସାଇଡ୍ ନୋଟ
ରସାୟନ ବିଜ୍ଞାନରେ ନୋବେଲ ପାଇଁ ୩ ବୈଜ୍ଞାନିକଙ୍କ ନାମ ଘୋଷଣା
ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ, ୩ ଶ୍ରମିକ ମୃତ
ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

ବନ୍ଦ ରହିବ ଭିତରକନିକା

0

କେନ୍ଦ୍ରାପଡା; ବନ୍ଦ ରହିବ ଭିତରକନିକା । ଜାନୁଆରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡିକରେ କୁମ୍ଭୀର ଗଣନା ଆରମ୍ଭ ହେବ । ଏଥିନିମନ୍ତେ ପର୍ଯ୍ୟଟକଙ୍କ ନିମନ୍ତେ ୧୧ ଦିନ ପାଇଁ ଭିତରକନିକା ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ

ଡା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀ ମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ । ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବା ନେଇ ରାଜନଗର ବନଖଣ୍ଡ ଅଧିକାରୀ  ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଜାନୁଆରୀ ୨୦୨୨ ବା ଗତବର୍ଷ ଗଣନା ଅନୁସାରେ ଭିତରକନିକା ରେ ୧୭୮୪ଟି ବଉଳା  କୁମ୍ଭୀର ଅଛନ୍ତି । ଚଳିତ ବର୍ଷ ଏହି ସଂଖ୍ୟା ବଢ଼ୁଛି ନା କମୁଛି ତାହା ଗଣନା ପରେ ହିଁ ସ୍ପଷ୍ଟ ହେବ ।

Leave A Reply

Your email address will not be published.