ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର, ୪ ମୃତ

0

ଅ‌ଷ୍ଟ୍ରେଲିଆ; ଅଷ୍ଟ୍ରେଲିଆର ମଝି ଆକାଶରେ ଧକ୍କା ହେଲା ଦୁଇ ହେଲିକପ୍ଟର । ଦୁର୍ଘଟଣାରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି । ସୋମବାର ଅଷ୍ଟ୍ରେଲିଆର ଏକ ସମୁଦ୍ର ତଟରେ ମଝି ଆକାଶରେ ଦୁଇ ହେଲିକପ୍ଟର ମଧ୍ୟରେ ପରସ୍ପର ଧକ୍କା ହୋଇଥିଲା ।

ପୁଲିସ କହିବା ମୁତାବକ, ଲ୍ୟାଣ୍ଡିଂ କରୁଥିବା ବେଳେ ଦୁଇ ହେଲିକପ୍ଟର ମଧ୍ୟରେ ଧକ୍କା ହୋଇଥିଲା । କ୍ଷତିଗ୍ରସ୍ତ ହେଲିକପ୍ଟରଟି ଲ୍ୟାଣ୍ଡିଂ ସ୍ଥଳରୁ ବହୁ ଦୂରରେ ଖଣ୍ଡବିଖଣ୍ଡିତ ଅବସ୍ଥାରେ ପଡିଛି । ଏଥିରେ ହିଁ ୪ ଯାତ୍ରୀଙ୍କ ମୃତଦେହ ଥିବା ସହ ୩ ଜଣ ଗୁରୁତର ଥିଲେ। ପରେ ଗୁରୁତରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗୋଟିଏ ହେଲିକପ୍ଟର ସୁରକ୍ଷିତ ଭାବେ ଗୋଲ୍ଡ କୋଷ୍ଟର ମେନ୍ ବିଚ୍ ଅବତରଣ କରିଥିଲା । ଅନ୍ୟପଟେ ଦୁର୍ଘଟଣା ଘଟିଥିବା ସ୍ଥାନ ସିୱର୍ଲ୍ଡ ଡ୍ରାଇଭକୁ ଯାତାୟତ କରୁଥିବା ସମସ୍ତ ରାସ୍ତାକୁ ବନ୍ଦ କରାଯାଇଛି ଏବଂ ଦୁର୍ଘଟଣାର କାରଣ ଅନୁସନ୍ଧାନ କରାଯାଉଛି ।

Leave A Reply

Your email address will not be published.