ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

0

ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ । ଫେବ୍ରୁଆରୀ ୧ରେ ଆସିପାରେ ବଜେଟ । ଏହି ଅଧିବେଶନ ଆସନ୍ତା ଏପ୍ରିଲ ୬ ଯାଏ ଚାଲିବା ସମ୍ଭାବନା ରହିଛି । ପ୍ରଥମ ଦିନ ସଂସଦର ମିଳିତ ଅଧିବେଶନରେ ଉଦବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସଂସଦର ମିଳିତ ଅଧିବେଶନରେ ପ୍ରଥମ ଥର ଲାଗି ଉଦବୋଧନ ଦେବେ ରାଷ୍ଟ୍ରପତି

ବଜେଟ ଅଧିବେଶନ ଆରମ୍ଭର ପ୍ରଥମ ଦିନରେ ଆଗତ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ । ଫେବ୍ରୁଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିବେ । ଆସନ୍ତା ଫେବ୍ରୁଆରୀ ୧୦ ଯାଏ ଚାଲିବ ସଂସଦର ପ୍ରଥମ ପର୍ଯ୍ୟାୟ । ସଂସଦର ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୬ରୁ ଆରମ୍ଭ ହୋଇ ଏପ୍ରିଲ ୬ରେ ସରିବ ।

Leave A Reply

Your email address will not be published.