ପ୍ରମୁଖ ଖବର

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଟେଣ୍ଟ, ୩ ମୃତ
ଇବୋଲାକୁ ନେଇ ସତର୍କ ଭାରତ, ସମସ୍ତ ରାଜ୍ୟ ସହ କେନ୍ଦ୍ରର ସମୀକ୍ଷା ବୈଠକ
ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୩ ଗିରଫ
ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ପାକିସ୍ତାନରେ ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହମଜା ବୁରହାନ ନିହତ
ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା, ଟ୍ରେନରେ ଛାଡିଦେଲା ମୃତଦେହ
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିର ପ୍ରଭାବ: ମହଙ୍ଗା ହେଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି, ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ

ଝଲକିବ ଶିଖରଚଣ୍ଡୀ ମନ୍ଦିର

0
  • ଭୁବନେଶ୍ବରର ଅନ୍ୟତମ ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ ମନ୍ଦିର
  • ଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
  • ଖର୍ଚ୍ଚ ହେବ ୨୫ କୋଟି

ଭୁବନେଶ୍ବର; ରାଜଧାନୀ ଭୁବନେଶ୍ୱରସ୍ଥିତ ଶିଖରଚଣ୍ଡୀ ମନ୍ଦିର ଓ ଏହାର ପରିପାଶ୍ୱିର୍କ ଅଂଚଳର ଉନ୍ନୟନ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମଞ୍ଜୁରୀ ପ୍ରଦାନ କରିଛନ୍ତି । ୨୫କୋଟି ଟଙ୍କା ବ୍ୟୟରେ ଶିଖରଚଣ୍ଡୀ ମନ୍ଦିର ଓ ତା’ର ପାଶ୍ୱର୍ବର୍ତ୍ତୀ ମୋଟ ୫୩.୬୪ଏକର ଅଂଚଳରେ ଉନ୍ନତିକରଣ କାର୍ଯ୍ୟ ହେବ ।

ଆଜି ସନ୍ଧ୍ୟାରେ ଏକ ବୈଠକରେ ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂହ ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନକୁ ଉପସ୍ଥାପନ କରିଥିଲେ । ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାଶ୍ୱର୍ବର୍ତ୍ତୀ ମୋଟ ୫୩.୬୪ଏକର ଜମିରେ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମାଷ୍ଟରପ୍ଲାନ ଅନୁସାରେ କରାଯିବ ଓ ବିଡିଏ ଏହି ଉନ୍ନୟନ କାର୍ଯ୍ୟ କରିବ । ଭବିଷ୍ୟତରେ ମଧ୍ୟ ଏହି ଅଚଂଳର ପରିଚାଳନା ଦାୟିତ୍ୱ ବିଡିଏ ନେବ । ମାଷ୍ଟରପ୍ଲାନ ଅନୁସାରେ ଏହି ୫୩.୬୪ଏକର ଅଂଚଳକୁ ୪ଟି ଜୋନରେ ବିଭକ୍ତ କରାଯାଇଛି । ପ୍ରଥମ ଜୋନରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡ଼ା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତିକରଣ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ । ଦ୍ୱିତୀୟ ଜୋନରେ ଭିୟୁ ପଂଏଟ ଓ ଟ୍ରେକିଂ ରୁଟ୍ ରହିବ । ଜୋନ୍ ୩ ଓ ୪ରେ ମନୋରଞ୍ଜନ ମୂଳକ କାର୍ଯ୍ୟ ପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଂଟର, ମୁଖ୍ୟ ମନ୍ଦିରର ଉନ୍ନତିକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା ଗ୍ରହଣ କରାଯିବ।

ଆଜିର ଏହି ବୈଠକରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଶିଖରଚଣ୍ଡୀ ଆଂଚଳିକ ସେବା ସଂଘର ସଭାପତି କ୍ଷୀତିଶ ତ୍ରିପାଠୀ ଓ ମନ୍ଦିର ପୂଜକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ସମେତ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପିକେ ଜେନାଙ୍କ ସମେତ ବିଭିନ୍ନ ପ୍ରମୁଖ ସଚିବ ସାମିଲ ହୋଇଥିଲେ ।

ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରିବା ପରେ ଏହାର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ବିଡିଏକୁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.